June 25, 2026

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକତା ଦୌଡ ଅନୁଷ୍ଠିତ..

IMG-20251031-WA0073
Share

 

ପାରଳାଖେମୁଣ୍ଡି,

 

ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଏକତା ଦୌଡ଼ ଅନୁଷ୍ଠିତ ହୋଇଯାଇଅଛି। ଏହି ଗଣ ଦୌଡ଼ କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆନୁଷ୍ଠାନିକ ଭାବେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗ ଦେଇ ଏକ ଭାରତ,ଆତ୍ମ ନିର୍ଭର ଭରତ ଓ ରାଷ୍ଟ୍ର ଗଠନର ବିଭିନ୍ନ ସ୍ଲୋଗାନ ଦେଇ ଏକତା ଦୌଡ଼ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ମହାରାଜା ପେଲେଶ ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକତା ଦୌଡ଼ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଶପଥ ପାଠ କରାଇଛନ୍ତି। ଏହି ସମୟରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ମୁନିନ୍ଧ୍ର ହନେଗା ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ତଥା ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ତ୍ରିନାଥ ସାହୁ, ଜିଲ୍ଲା ଶାରିରୀକ କ୍ରୀଡ଼ା ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର, ସଦର ଥାନ ଅଧିକାରୀ ଶ୍ରୀ ପ୍ରଶାନ୍ତ ଭୂପତି , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମେତ ବିଭିନ୍ନ ବିଭାଗର ଅଧିକାରୀ,କ୍ରୀଡାବିତ ଓ ଛାତ୍ରଛାତ୍ରୀ ପ୍ରମୁଖ ଯୋଗଦେଇଥିଲେ।