November 9, 2026

ବନ୍ଧୁଗାଁ ବ୍ଲକ୍‌ର ନୀଳାବାଡ଼ିଠାରେ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

IMG-20261109-WA0049
Share

 

୭୬ଟି ଅଭିଯୋଗ ଗ୍ରହଣ

 

ବନ୍ଧୁଗାଁ: ୦୯.୧୧.୨୦୨୬-କୋରାପୁଟ ଜିଲ୍ଲାର ବନ୍ଧୁଗାଁ ବ୍ଲକ୍‌ ଅନ୍ତର୍ଗତ ନୀଳାବାଡ଼ି କଲ୍ୟାଣ ମଣ୍ଡପଠାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ନରେଶ ଚନ୍ଦ୍ର ଶବରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।

 

ଏହି ଶିବିରରେ ଜନସାଧାରଣଙ୍କଠାରୁ ମୋଟ ୭୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩୭ଟି ଗୋଷ୍ଠୀଗତ ଏବଂ ୩୯ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଆର୍ଥିକ ସହାୟତା, ଘର ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ରାସ୍ତା ଓ ଯାତାୟାତ ଏବଂ ବିଦ୍ୟୁତ୍‌ ସରବରାହ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଲୋକମାନେ ନିଜ ନିଜର ଅଭିଯୋଗ ଉପସ୍ଥାପନ କରିଥିଲେ।

 

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶବର ଅଭିଯୋଗକାରୀମାନଙ୍କ ସମସ୍ୟା ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

 

ଏହି ଶିବିରରେ କୋରାପୁଟ ଉପଜିଲ୍ଲାପାଳ, ଫାବି ରଶିଦ, ବନ୍ଧୁଗାଁ ବ୍ଲକ୍‌ ଅଧ୍ୟକ୍ଷ, ବନ୍ଧୁଗାଁ ଥାନା ଅଧିକାରୀ ଶ୍ରୀ ଏମ୍‌.କେ. ବେହେରା ଏବଂ ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ (ADMO)ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ନିୟୁସ ଉପାନ୍ତ ଖବର l

You may have missed