November 12, 2026

ଗଜପତି:- ବିଶ୍ୱ ମିତବ୍ୟୟିତା ଦିବସ ପାଳନ ଅବସରରେ ତର୍କବିତର୍କ ପ୍ରତିଯୋଗିତା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

IMG-20261112-WA0117
Share

 

ଗଜପତି ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ପକ୍ଷରୁ ବିଶ୍ୱ ମିତବ୍ୟୟିତା ଦିବସ ପାଳନ ଅବସରରେ ଆଜି ସ୍ଥାନୀୟ ଡଃ ସତ୍ୟନାରାୟଣ ରାଜଗୁରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ତର୍କବିତର୍କ ପ୍ରତିଯୋଗିତା ଓ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଶ୍ରୀମତୀ ତ୍ରିବେଣୀ ଦେବୀ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଶ୍ରୀ ୱାଇ. କୃଷ୍ଣ ରାଓ, ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ଏ.ରବି କୁମାର ଏବଂ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ଏହି ଅବସରରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ତର୍କବିତର୍କ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ମାନପତ୍ର ପ୍ରଦାନ କରା ଯାଇଥିଲା

——————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି(ଗଜପତି)

——————————————

You may have missed