୩୦୯୩ ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ।
ବଅଁରପାଳ, : ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ପିବିକେ ଉଚ୍ଚ ବିଦ୍ୟାଳୟ ପରିସରରେ ଶନିବାର ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ପଞ୍ଚାୟତର ୩୦୯୩ ଜଣ ନୂତନ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଇଛି।ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଚନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଏବଂ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ।ଏହି ଯୋଜନାରେ ବିଧବା, ବାର୍ଦ୍ଧକ୍ୟ, ଭିନ୍ନକ୍ଷମ, ବୟସ୍କ ଅବିବାହିତ ମହିଳା ଓ ସ୍ୱାମୀ ପରିତ୍ୟକ୍ତା ମହିଳାମାନେ ଉପକୃତ ହୋଇଛନ୍ତି। ଦୀର୍ଘ ଦିନ ଧରି ଭତ୍ତା ପାଇଁ ଅପେକ୍ଷା କରୁଥିବା ଯୋଗ୍ୟ ହିତାଧିକାରୀମାନେ ଏହି ସୁବିଧା ପାଇ ଖୁସି ପ୍ରକାଶ କରିଥିଲେ।କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଛବି ସାହୁ, ବ୍ଲକ ଅଧ୍ୟକ୍ଷ ବିଜୟ ନାଥ, ଜିଲ୍ଲା ପରିଷଦ ସଦସ୍ୟ ଗୋପାଳ ନାଏକ, ପ୍ରତ୍ୟୁଷ ପଣ୍ଡାଙ୍କ ସହ ବ୍ଲକର ସମସ୍ତ ସରପଞ୍ଚ, ସମିତି ସଦସ୍ୟ ଓ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।ସାମାଜିକ ସୁରକ୍ଷା ଅଧିକାରୀ ଦୀପ୍ତିକାନ୍ତ ସାହୁ ଏବଂ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାଧବ ପାଣିଗ୍ରାହୀ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶେଷରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଚନ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

