April 19, 2025

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

Share

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ବୁଗୁଡା : ତା ୦୮/୦୭/୨୩ : ବୁଗୁଡ଼ା ବ୍ଲକର ମତାଝରି ଗ୍ରାମସ୍ଥ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିନବନ୍ଧୁ ନାଇକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସୁଚିତ୍ରା ପ୍ରଧାନଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ବୁଗୁଡ଼ାର ପ୍ରାକ୍ତନ ବିଇଓ କବିବର ପ୍ରଧାନ ଓ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି , ଏବିଇଓ ଅମିତା ପାଢୀ ଓ ସିମାଞ୍ଚଳ ସେଠୀ , ତାକରଡା ସରପଞ୍ଚ ଦିଲ୍ଲୀପ ପ୍ରଧାନ , ଏସ୍ଏମସି ସଭାପତି ଉପେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ବିଦାୟୀ ପ୍ରଧାନଶିକ୍ଷକଙ୍କ ଭୂୟସୀ ପ୍ରଶଂସା କରିଥିଲେ । ଏ ଅବସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ଉପଢୌକନ ଓ ଉପହାର ପ୍ରଦାନ ପୂର୍ବକ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରାକ୍ତନ ଏସ୍ଏମସି ସଭାପତି ବିନୋଦ ଚନ୍ଦ୍ର ସେନାପତି ସହଯୋଗ କରିଥିଲେ ।