November 24, 2024

ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ସଂଘ ବୈଠକ ଏବଂ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

Share

ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ସଂଘ ବୈଠକ ଏବଂ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ବୁଗୁଡ଼ା : ତା ୨୯/୦୮/୨୩ : ସ୍ଥାନୀୟ ପିପୁଲ୍ସ
କଲେଜର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବପରିସରରେ ଅଭିଭାବକ-ଶିକ୍ଷକ ସଂଘର ଏକ
ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ
ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ
ଉକ୍ତ ବୈଠକରେ ପରିଚାଳନା କମିଟି ସଭାପତି ରଜନୀ
କାନ୍ତ ଭଟ୍ଟ, ବିଭାଗୀୟ ମୁଖ୍ୟ ଅଧ୍ୟାପକ ମନୋଜ କୁମାର ଦାସ , ଆଇକ୍ୟୁଏସି ସଂଯୋଜକ ଅଧ୍ୟାପକ ପ୍ରଦୀପ କୁମାର ଦାଶ ଓ ସହ-ସଂଯୋଜକ ଅଧ୍ଯାପକ ଆତ୍ମ ପ୍ରକାଶ ନାୟକ , ବିଭାଗୀୟ ଅଧ୍ଯାପିକା ଶୁଭସ୍ମିତା ମହାପାତ୍ର , ଅଧ୍ୟାପକ ବିଜେନ୍ଦ୍ର ଆଚାର୍ଯ୍ୟ ଓ ଶ୍ରୀକୃଷ୍ଣ ମଣ୍ଡଳ ଏବଂ ବିଭାଗୀୟ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଯୋଗ ଦେଇଥିଲେ । ଉକ୍ତ ବୈଠକ କାଳରେ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ଓ ବୌଦ୍ଧିକ ବିକାଶରେ ଅଭିଭାବକ ଏବଂ ଶିକ୍ଷକଙ୍କ ଆବଶ୍ୟକୀୟ ଭୂମିକା ସମ୍ପର୍କେ ବ୍ୟାପକ ଆଲୋଚନା କରାଯାଇଥିଲା । ଏଥି ସହ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ସର୍ବନିମ୍ନ ଉପସ୍ଥାନ ୭୫% ଜରୁରୀ ହେତୁ ଅହେତୁକ ଅନୁପସ୍ଥିତି ପ୍ରତି କଡା ଆଭିମୁଖ୍ୟ ଗ୍ରହଣ ନିମନ୍ତେ ସର୍ବସମ୍ମତି ପ୍ରକାଶ ପାଇଥିଲା । ଉକ୍ତ ବୈଠକରେ ଆଶାନୁରୂପକ ଅଭିଭାବକଙ୍କ ଉପସ୍ଥିତି ସାଙ୍ଗକୁ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ଏଥି ସହ ଦ୍ବିତୀୟ ପର୍ଯ୍ୟାୟରେ ବିଭାଗୀୟ +୩ର ନୂତନ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ସେମିନାର ସେକ୍ରେଟାରୀ ଆଶୁତୋଷ ମହାପାତ୍ର ସ୍ବାଗତ ଅଭିଭାଷଣ ରଖିଥିଲେ । ଏହା ପରେ ନବାଗତ ଛାତ୍ରଛାତ୍ରୀମାନେ ଠାକୁରଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସ୍ବ ସ୍ବ ପରିଚୟ ପ୍ରଦାନ କରିଥିଲେ ଏବଂ ଦ୍ବିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ବିଭାଗୀୟ ଅଧ୍ଯାପନାକାରୀମାନେ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ସେମାନଙ୍କ ଉଜ୍ଜ୍ବଳମୟ ଭବିଷ୍ୟତ କାମନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ବିଭାଗୀୟ ଅଧ୍ଯାପକ ବିଜେନ୍ଦ୍ର ଆଚାର୍ଯ୍ୟ ଓ ଶ୍ରୀକୃଷ୍ଣ ମଣ୍ଡଳ ପରିଚାଳନା କରିଥିବା ବେଳେ ଡେମୋନଷ