September 29, 2024

ପାରଳାଖେମୁଣ୍ଡି ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

Share

ପାରଳାଖେମୁଣ୍ଡି ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୪/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲକାନ୍ତ ମହାନ୍ତି, ବନ ଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ୍.ଆନନ୍ଦ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୯୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୬ ଗୋଟି ଓ ୨୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକ, ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ଓ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

You may have missed