August 26, 2026

ବିପଦ ଶଙ୍କୁଳ ଅବସ୍ଥାରେ ରାସ୍ତା କଡସ୍ଥ ଶୁଖିଲା ଗଛ , ପ୍ରତିକାର ଦାବି

IMG-20230202-WA0019
Share


ବୁଗୁଡା :ତା ୦୨/୦୨/୨୩ : ବୁଗୁଡ଼ା-କରସିଙ୍ଗି ମୁଖ୍ୟ ସଡକ ଅନ୍ତର୍ଗତ ଜେଏକ ଓ ପଥରବଣି ମଝିରେ ରାସ୍ତା କଡରେ ଏକ ବିରାଟ ଶୁଖିଲା ଥୁଣ୍ଟା ଗଛ ବିପଦ ଶଙ୍କୁଳ ଅବସ୍ଥାରେ ରହିଥିବା ଜଣାଯାଇଛି । ଉକ୍ତ ଗଛଟି ପବନରେ କେତେବେଳେ ଯେ ଭାଙ୍ଗି ପଡି ବିପଦ ସୃଷ୍ଟି କରିବ ତାହା କହି ହେଉନି । ଉକ୍ତ ମୁଖ୍ୟ ସଡକ ଦେଇ ଶତାଧିକ ଯାନବାହାନ ଚଳାଚଳ ସାଙ୍ଗକୁ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀମାନେ ଯାତାୟାତ କରନ୍ତି । ରାସ୍ତା କଡରେ ବିରାଟ ଶୁଖିଲା ଗଛଟି କୌଣସି କାରଣରୁ ଭାଙ୍ଗି ପଡିଲେ ଅଜାଣତରେ ଯିବା ଆସିବା କରୁଥିବା ଯାନବାହନ , ଛାତ୍ରଛାତ୍ରୀ ଓ ଜନସାଧାରଣ ବିପଦର ସମ୍ମୁଖୀନ ହେବାର ଯଥେଷ୍ଟ ସମ୍ଭାବନା ଦେଖା ଦେଇଛି । ଏନେଇ ଗ୍ରାମବାସୀମାନେ ପୂର୍ତ୍ତ ବିଭାଗ ଅଧିକାରୀଙ୍କ ନିକଟରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୋଣସି ସୁଫଳ ମିଳୁନଥିବା ଅଭିଯୋଗ ହେଉଛି । ପ୍ରକାଶ ଥାଉ କି , ଗତ ସପ୍ତାହରେ ଶରଣକୁଳ ଅଞ୍ଚଳର ଏକ ଦମ୍ପତ୍ତି ବାଇକରେ ଯାଉଥିବା ବେଳେ ଉକ୍ତ ଥୁଣ୍ଟା ଗଛରୁ ଶୁଖିଲା ଡାଳଟିଏ ଖସି ସେମାନଙ୍କ ଉପରେ ପଡିଯିବାରେ ଦୁହେଁ ଆହତ ହୋଇଥିଲେ । ତେଣୁ, ଭବିଷ୍ୟତରେ ସମ୍ଭାବ୍ଯ ବିପଦକୁ ଏତାଇବା ସକାଶେ ପ୍ରଶାସନ ଯୁଦ୍ଧକାଳୀନ ଭିତ୍ତିରେ ପ୍ରତିକାର ବ୍ଯବସ୍ଥା ଗ୍ରହଣ କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି ।

You may have missed