November 26, 2024

ବ୍ଲକ୍ ସ୍ତରୀୟ “ନୂଆ-ଓ” କ୍ରୀଡା ଉତ୍ସବ ଉଦଯାପିତ…

Share

ବୁଗୁଡା :  ସ୍ଥାନୀୟ ପିପୁଲ୍ସ କଲେଜ ପରିସରରେ ବ୍ଲକ ସ୍ତରୀୟ “ନୂଆ-ଓ” କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଡିଓ ସନ୍ତୋଷ କୁମାର ଜେନାଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ , ସମ୍ମାନିତ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଓ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ , ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ ଓ ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ , ପିପୁଲ୍ସ କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକ , ଏନ୍ଏସି କାର୍ଯ୍ଯନିର୍ବାହୀ ଅଧିକାରୀ ରଶ୍ମୀ ରଞ୍ଜନ ଦାସ ପ୍ରମୁଖ ଯୋଗ ଦେଇ ଖେଳାଳିଙ୍କୁ ମାର୍ଗ ଦର୍ଶନ କରିଥିଲେ । ଏ ଅବସରରେ ପୁରୁଷ ଓ ମହିଳା ଉଭୟ ବର୍ଗର କ୍ରିକେଟ , କବାଡି , ଭଲିବଲ୍ ଓ ଖୋ-ଖୋ ଆଦି ପ୍ରତିଯୋଗିତା ଗୁଡିକର ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ସହ ଅର୍ଥରାଶି ପ୍ରଦାନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମାଷ୍ଟର ଟ୍ରେନର ନୃସିଂହ ଚରଣ ଦାଶଙ୍କ ସଂଯୋଜନା କରିଥିବା ବେଳେ ପରିଚାଳନାରେ ବ୍ଲକ କର୍ମଚାରୀମାନେ ସହଯୋଗ କରିଥିଲେ ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed