April 25, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

jhgj
Share

ପାରଳାଖେମଣ୍ଡି, ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅଜୟଗଡ ସମେତ ଭୁବାନି, ସେରଙ୍ଗୋ ଓ ନମନଗଡ ପଞ୍ଚାୟତର ସମୁଦାୟ ମୋଟ- ୩୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୧୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଗୋଟି ଓ ୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଜଣଙ୍କୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ ପ୍ରଦାନ କରାଯାଇଥିବା ବେଳେ ୧୬୦ ଜଣଙ୍କୁ ଜଙ୍ଗଲ ଜମି ପଠା ଦିଆଯାଇଛି।ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଶରତ କୁମାର ପାତ୍ର,ତହସିଲଦାର ଶ୍ରୀ ଜୟଦ୍ରତ ଆଚାର୍ଯ୍ୟ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।