November 25, 2024

କୃଷିକ୍ଷେତ୍ରରେ ଅଧିକ ସୁବିଧା ପାଇଁ ବ୍ରହ୍ମଗିରି ରେ ଖୋଲିଲା ଅତ୍ୟାଧୁନିକ ନିୟୁ ହଲାଣ୍ଡ ଟ୍ରାକ୍ଟର ସୋରୁମ ..

Share

                                                                                                                                                                                    ଚାଷୀ କୁ ଚାଷ କ୍ଷେତ୍ରରେ ସୁବିଧା ପାଇଁ ଟ୍ରାକ୍ଟର ଏକ ମାଧ୍ୟମ ଅଟେ l କିନ୍ତୁ ସବୁ ଟ୍ରାକ୍ଟର ଠାରୁ ଅତ୍ୟାଧୁନିକ ଟ୍ରାକ୍ଟର ହେଊଛି ନିୟୁ ହଲାଣ୍ଡ ଟ୍ରାକ୍ଟର l ଆଜି ପୁରୀଜିଲ୍ଲା ବ୍ରହ୍ମଗିରି ବ୍ଲକଛକ ଠାରେ ଦୁର୍ଗାମାଧବ ଏଣ୍ଟରପ୍ରାଇଜସ ର ଅଧକ୍ଷ ଦେବାଶିଷ ସାମନ୍ତରାୟଙ୍କ ଅଧକ୍ଷତାରେ ବ୍ରହ୍ମଗିରି ର ବିଡ଼ିଓ ମଳୟ କୁମାର ନାୟକ, ଜେଇ ଜଗନ୍ନାଥ ରାଉତ ଏହି ସୋରୁମ କୁ ଫିତାକାଟି ପ୍ରଦୀପ ପ୍ରଜ୍ୱଳନ କରି ଶୁଭ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଅତିଥିମାନଙ୍କ ସହିତ ନିୟୁ ହଲାଣ୍ଡ ଟ୍ରାକ୍ଟର କମ୍ପାନୀ ର ସମସ୍ତ ସଦସ୍ୟ, ଚାଷୀ ଓ ଟ୍ରାକ୍ଟର ବିଷୟରେ ଜାଣିବା ପାଇଁ ବଡ଼ବଡ଼ ଚାଷୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏହି ଅତ୍ୟାଧୁନିକ ଟ୍ରାକ୍ଟର ବିଷୟରେ ଟିକିନିଖି ଆଲୋଚନା କରିବା ସହିତ ଏଭଳି ସୁବିଧା ବ୍ରହ୍ମଗିରି ରେ ଉପଲବ୍ଧ କରିଥିବାରୁ ଦେବାଶିଷଙ୍କୁ ସମସ୍ତେ ଧନ୍ୟବାଦ ଅର୍ପଣ କରିଥିଲେ l
(ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ)

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed