June 18, 2026

 ଆଜି ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ…

dm
Share


ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ୨୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ । ଏଥିରେ ୪୩ ଜଣ ଛାତ୍ରଛାତ୍ରୀଙ୍କୁ ପିଏଚଡି ଡିଗ୍ରୀ ପ୍ରଦାନ କରାଯିବା ସହ ୩୫ଟି ବିଭାଗର ଟପ୍ପର ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ ଏବଂ ୩ଜଣଙ୍କୁ ଡିଲିଟ୍, ଜଣଙ୍କୁ ଡିଏସ୍‌ସି ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ପୋଲିସ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଉତ୍ସବ ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି। ଏହି ଉତ୍ସବ ରେ ଓଡ଼ିଶା ର ରାଜ୍ୟପାଳ ରଘୁବର ଦାସ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଙ୍କ ସମେତ ବିଶ୍ଵ ବିଦ୍ୟାଳୟ କୁଳପତି ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିବା ପ୍ରକାଶ।

You may have missed