November 26, 2024

ମୋହନା ନିର୍ବାଚନ ମଣ୍ଡଳୀ ର ଗାଁ ଗାଁ ରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଙ୍କ କଂଗ୍ରେସ ଆସୁଛି ବେନର …

Share

ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀରେ ଗତ କିଛି ଦିନ ଧରି ସ୍ଥାନୀୟ ବିଧାୟକ ଦାଶରଥି ଗମାଙ୍ଗ ଙ୍କ ପୋଷ୍ଟର ଦେଖିବାକୁ ମିଳୁଛି। ଆଗାମୀ ସାଧାରଣ ନିର୍ବାଚନ ରେ କଂଗ୍ରେସ ଆସୁଛି ବୋଲି। ମୋହନା ବିଧାୟକ ତଥା ଗଜପତି ଜିଲ୍ଲା କଂଗ୍ରେସ ସଭାପତି ଦାଶରଥି ଗମାଙ୍ଗ ଆଗାମୀ ସାଧାରଣ ନିର୍ବାଚନରେ କଂଗ୍ରେସ ଦଳ ତରଫରୁ ପ୍ରାର୍ଥୀ ହେଉଥିବା ନିଶ୍ଚିତ ଜାଣି ମୋହନା ନିର୍ବାଚନ ମଣ୍ଡଳୀରେ ଆଗଭଳି ପ୍ରତି ଗାଁ ବୁଲି ଲୋକଙ୍କ ସହ ସମ୍ପର୍କ ରଖୁଥିବା ଦେଖିବାକୁ ମିଳୁଛି। ଯଦି ରାଜ୍ୟରେ ବିଜେଡି ଓ ବିଜେପି ମେଣ୍ଟ ହୁଏ ତେବେ ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଙ୍କ ପାଇଁ ଶୁଭଙ୍କର ହେବ ବୋଲି ଅଞ୍ଚଳରେ ଆଲୋଚନା ହେଉଥିବା ଶୁଣିବାକୁ ମିଳୁଛି। କିଛି ନିର୍ଦ୍ଧିଷ୍ଟ ସଂପ୍ରଦାୟର ଭୋଟ କଂଗ୍ରେସ ଯିବା ନିଶ୍ଚିତ ବୋଲି ଲୋକ କୁହା କୁହି ହେଉଥିବା ପ୍ରକାଶ। ତେଣୁ ସ୍ଥାନୀୟ ବିଧାୟକ ଦାଶରଥି ଗମାଙ୍ଗ ମୋହନା ଅଞ୍ଚଳର ଦୁର୍ଗମ ଅଞ୍ଚଳ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ନିଜ କର୍ମକର୍ତ୍ତାଙ୍କୁ ସାଙ୍ଗରେ ନେଇ କଂଗ୍ରେସ ଆସୁଛି ପୋଷ୍ଟର ବା ବେନର ମାରିଥିବା ଦେଖିବାକୁ ମିଳୁଛି। ଦେଖିବାକୁ ବାକି ରହିଲା ଆଗାମୀ ନିର୍ବାଚନରେ ମୋହନା ନିର୍ବାଚନରେ କିଏ ବାଜିମାରି ବିଜୟ ହାସଲ କରି ବିଧାୟକ ହେଉଛି।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed