November 23, 2024

ପିଣ୍ଡିକି ଠାରେ ଜିଲ୍ଲାପାଳ ଙ୍କ ଜନ ଅଭିଯୋଗ ଶୁଣାଣୀ ….

Share


ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଥିଲା। ଏହି ଅଭିଯୋଗ ଶୁଣାଣୀ ରେ ଜିଲ୍ଲାପାଳ ଙ୍କ ଅନୁପସ୍ଥିତିରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଡ. ଗୁଣନିଧି ନାୟକ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ କୁମାର ଦୁହେଁ ଅଭିଯୋଗ ଶୁଣାଣୀ କରିଥିଲେ। ଏହି ଅଭିଯୋଗ ଶୁଣାଣୀ ରେ ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ଉପାଧ୍ୟକ୍ଷା ବାଲ୍ମୀନା ଅଧିକାରୀ, ସ୍ଥାନୀୟ ସରପଞ୍ଚ ଙ୍କ ସମେତ ସମିତି ସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ମୋହନା ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ତଥା ଦାୟିତ୍ଵରେ ଥିବା ଭାରପ୍ରାପ୍ତ ଗୋଷ୍ଟି ଉନ୍ନୟନ ଅଧିକାରୀ ଆଶିଷ କୁମାର ଶତପଥୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ। ଆଜିର ଅଭିଯୋଗ ଶୁଣାଣୀ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ, ଶିକ୍ଷା ବିଭାଗ, ବନ ବିଭାଗ, ଯୋଗାଣ ବିଭାଗ, ପୂର୍ତ୍ତ ବିଭାଗ, ଆଦିବାସୀ ଉନ୍ନୟନ ବିଭାଗ, ରାଜସ୍ବ ବିଭାଗ, ଅବକାରୀ ବିଭାଗ, ଶିଶୁ ଓ ମହିଳା ବିଭାଗ, କୃଷି ବିଭାଗର ଜିଲ୍ଲା ଏବଂ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସ୍ଥାନୀୟ ଜନସାଧାରଣ ଙ୍କ ଅଭିଯୋଗ ଶୁଣିବା ସହ ସେଗୁଡ଼ିକର ସମାଧାନ କରିଥିଲେ। ଏହି ଅଭିଯୋଗ ଶୁଣାଣୀ ମୋହନା ବ୍ଲକ କନିଷ୍ଠ ଯନ୍ତ୍ରୀ ପ୍ରଜ୍ଞାଜିତ ପାଢ଼ୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଦୁର୍ଗା ପ୍ରସାଦ ପଣ୍ଡା ଙ୍କ ସମେତ ସ୍ଥାନୀୟ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଯୋଗାଣ ସହାୟକ ପ୍ରମୁଖ ସୁପରିଚାଳନା କରିଥିଲେ।