April 30, 2026

ହିଞ୍ଜିଳି ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ

sanu
Share


ଛତ୍ରପୁର, ୩୦।୪: ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଜେଡି ସୁପ୍ରିମୋଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ବରିଷ୍ଠ ବିଜେଡି ନେତା ଭି.କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ବିଜେଡିର ବହୁ ନେତା ଓ ବିଭିନ୍ନ ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ଉପସ୍ଥିତ ଥିଲେ । ଷଷ୍ଠ ଥର ପାଇଁ ହିଞ୍ଜିଳିରୁ ନିର୍ବାଚନ ଲଢୁଛନ୍ତି ନବୀନ ପଟ୍ଟନାୟକ।ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ମା’ ତାରାତାରିଣୀ ପୀଠ ପରିଦର୍ଶନ କରିଥିଲେ । ମା’ଙ୍କ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ ମୁଖ୍ୟମନ୍ତ୍ରୀ। ଆଜି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ତାରାତାରିଣୀ ପୀଠ ନିକଟରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିଥିଲେ । ସେଠାରୁ ସେ ସିଧାସଳଖ ମା’ ତାରାତାରିଣୀଙ୍କ ମନ୍ଦିର ଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଥିଲେ । ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ସିଧାସଳଖ ନାମାଙ୍କନ ଦାଖଲ ପାଇଁ ଛତ୍ରପୁରରେ ପହଞ୍ଚିଥିଲେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଦକ୍ଷିଣା‌ଞ୍ଚଳ ଆଇଜି ଜୟନାରାଣ ପଙ୍କଜ ଓ ଗଞ୍ଜାମ ଏସ୍‌.ପି. ଜଗମୋହନ ମୀନା ଅସ୍ଥାୟୀ ହେଲିପ୍ୟାଡ୍ ଅଞ୍ଚଳ, ଛତ୍ରପୁର ଉପଜିଲ୍ଲାପାଳ ଅଫିସ୍ ଓ ସହରର ବିଭିନ୍ନ ଇଲାକାରେ ତଦାରଖ କରିଥିଲେ ।(ଅରୁଣ କୁମାର ପଣ୍ଡା )

You may have missed