September 29, 2024

ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ…

Share

 

ଭୁବନେଶ୍ୱର (ବ୍ୟୁରୋ ଚିପ୍ ଅଜିତ୍ ଦାଶ) ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ନାଁରେ ମୋହର ବାଜିଛି। ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

 

ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଭୁବନେଶ୍ୱର ସ୍ଥିତ ଭାଜପା କାର୍ଯ୍ୟାଳୟଠାରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଭାବେ ମୋହନ ମାଝୀ ନାଁ ଚୟନ କରାଯାଇଥିଲା। ସୂଚନା ଯୋଗ୍ୟ, ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା ୭୮ ଆସନ ଜିତି ବହୁମତ ହାସଲ କରିଛି। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କ ସହ ତୁଙ୍ଗ ନେତା ଉପସ୍ଥିତ ଥିଲେ।