August 4, 2026

ବିପର୍ଯ୍ୟୟ ପରିଚାଳନା ମକଡ୍ରିଲ ଅନୁଷ୍ଠିତ..

IMG-20240619-WA0017
Share

ପୁରୀ ୧୯/୬ ପ୍ରାକୃତିକ ବିପର୍ଯ୍ୟୟ ଅପ୍ରତ୍ୟାଶିତ।ଏହା କୌଣସି ସମୟରେ ମଧ୍ୟ ଆସିପାରେ। ପ୍ରାକୃତିକ ବିପର୍ଯ୍ୟୟ କୁ ରୋକା ଯାଇ ପାରିବ ନାହିଁ।କିନ୍ତୁ ସତର୍କତା, ସଚେତନତା ଓ ପୂର୍ବ ପ୍ରସ୍ତୁତି ଦ୍ବାରା ଧନଜୀବନ ହାନି ଓ କ୍ଷୟକ୍ଷତି କୁ ରୋକିବା ସହ ବିପର୍ଯ୍ୟୟ କୁ ପ୍ରଶମିତ କରିବାରେ ସହାୟକ ହୋଇଥାଏ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା।ଆଜି ପୂର୍ବାହ୍ନରେ ସର୍କିଟ ହାଉସ ଠାରେ ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ସମ୍ପର୍କରେ ଏକ ମକଡ୍ରିଲ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ପୁରୀ ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଜିଲ୍ଲା ଭାବେ ପରିଗଣିତ।ବିଶେଷ କରି ବନ୍ୟା, ବାତ୍ୟା ଚିର ସହଚର ହୋଇ ଥିବାରୁ ଏଥିପାଇଁ ସମସ୍ତେ ଅଭିଜ୍ଞତା ଓ ଅନୁଭବ ଆଧାରରେ ସତର୍କ ରହିବାକୁ ସେ ମତ ଦେଇଥିଲେ । ଏଥିରେ ଜିଲ୍ଲା ଅଗ୍ନିଶମ ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ନେତୃତ୍ବରେ ଅଗ୍ନି ଶମ ବିଭାଗର ଆଗ୍ନିକ ମାନେ ଯୋଗ ଦେଇ ସୃଷ୍ଟି ହେଉଥିବା ବିଭିନ୍ନ ବିପର୍ଯ୍ୟୟ ର ମୁକାବିଲା ପାଇଁ ଗ୍ରହଣ କରିବାକୂ ଥିବା ପଦକ୍ଷେପ ସମ୍ପର୍କରେ ବିଷଦ ଭାବେ ମକଡ୍ରିଲ ମାଧ୍ୟମରେ ପ୍ରଦର୍ଶନ ସହ ଅବଗତ କରାଇଥିଲେ।ଏପରିକି ଦୈନନ୍ଦିନ ଜୀବନରେ ଘଟୁଥିବା ଛୋଟ ବଡ଼ ଦୂର୍ଘଟଣାକୁ କିପରି ମୁକାବିଲା କରାଯାଇ ପାରିବ ସେ ସମ୍ପର୍କରେ ମଧ୍ୟ ମକଡ୍ରିଲ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ, ଜରୁରୀ ବିଭାଗର ଡେପୁଟି କଲେକ୍ଟର ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ,ସହକାରୀ ଜିଲ୍ଲାପାଳ ପଞ୍ଚାନନ ପରିଜା,ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆଜି ମଧ୍ୟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଥିବା ୧୭୯ ଗୋଟି ବହୁମୁଖୀ ଆଶ୍ରୟ ସ୍ଥଳରେ ଏହି ପରି ମକଡ୍ରିଲ ର ଆୟୋଜନ କରାଯାଇଥିଲା।
ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ

You may have missed