September 29, 2024

ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଲେଖିଲେ ନିଆରା ଶୁଭେଚ୍ଛା ବାର୍ତ୍ତା

Share

 

ଭୁବନେଶ୍ୱର: (ବ୍ୟୁରୋ ଚିପ୍ ଅଜିତ୍ ଦାଶଙ୍କ ରିପୋର୍ଟ) ଓଡ଼ିଶାର ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତି ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।

ଆପଣ ଏହି ଦାୟିତ୍ୱ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗ‌ାରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍‌ ଭାବରେ ପରିଚାଳନା କରିବେ।

ଆମେ ସଭିଏଁ ଓଡ଼ଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବା କରିବା ନିମନ୍ତେ ଦୃଢ ସଂକଳ୍ପବଦ୍ଧ। ମୋର ଆଶା, ଆମେ ସଭିଏଁ ଗୃହକାର୍ଯ୍ୟରେ ବାଚସ୍ପତିଙ୍କୁ ସାହାଯ୍ୟ ଓ ସହଯୋଗ କରି ଏବଂ ଗୃହର ପରମ୍ପରା ଓ ପଦମର୍ଯ୍ୟାଦା ବଜାୟ ରଖିବା ପ୍ରତି ଗୁରୁତ୍ବାରୋପ କରିବା ଆବଶ୍ୟକ ।

ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହର ସମସ୍ତ ସଦସ୍ୟା ଓ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶାବାସୀଙ୍କୁ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଥିଲେ।