November 26, 2024

ସୂର୍ଯ୍ୟ ମନ୍ଦିର ପାଦଦେଶରେ ପାଳନ ହେଲା ଆନ୍ତର୍ଜାତିୟ ଯୋଗ ଦିବସ

Share

 

ଶୁକ୍ରବାର ୧୦ମ ଆନ୍ତର୍ଜାତିୟ ଯୋଗ ଦିବସ କୋଣାର୍କ ସୂର୍ଯ୍ୟ ମନ୍ଦିର ପାଦଦେଶରେ ଆୟୋଜିତ ହୋଇଯାଇଛି। ହଜାରରୁ ଉର୍ଦ୍ଧ୍ବ ଉପସ୍ଥିତ ଜନତାଙ୍କୁ ନେଇ ମହା ଆଡ଼ମ୍ବରରେ ପାଳିତ ହୋଇଛି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ଇଣ୍ଡୋ ତିଦାତୀୟନ ପୋଲିସ ଫୋର୍ସ, ପୁରୀ ଜିଲ୍ଲା ପ୍ରଶାସନ, ଭାରତୀୟ ସର୍ବେକ୍ଷଣ ସଂସ୍ଥା ଓ ପର୍ଯ୍ୟଟନ ବିଭାଗର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଥିଲା। ମୂଖ୍ୟ ଅତିଥି ଭାବେ ରାଜ୍ୟର ନୂତନ ମହିଳା ଉପ ମୂଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗ ଦେଇ ଯୋଗାଭ୍ୟାସ କରିଥିଲେ। ଯୋଗ ଦ୍ୱାରା ପ୍ରତ୍ୟେକ ବ୍ୟକ୍ତି ସୁସ୍ଥ ରହିବେ। ସୁସ୍ଥ ଓ ନିରୋଗ ରହିଲେ ପରିବାର, ସମାଜ, ରାଜ୍ୟ ସହ ଦେଶ ମଧ୍ଯ ଉନ୍ନତି କରିବ। ଯୋଗ ଯୋଗୁଁ ଭାରତ ସାରା ବିଶ୍ବରେ ବିଶ୍ୱଗୁରୁ ହୋଈ ପରିଚିତ ଲାଭ କରିଛି। ତେଣୁ ଦୈନଦିନ ଯୋଗାଭ୍ୟାସ କରି ନିରୋଗ ରହିବାକୁ ଉପ ମୂଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତବ୍ୟକ୍ତ କରିଛନ୍ତି।
ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.