May 14, 2026

ବିଦ୍ୟା ବିହାରରେ ବନମୋହତ୍ସବ ସପ୍ତାହ ଉଦଘାଟିତ

IMG-20240701-WA0048
Share

 

ବେଲଗୁଣ୍ଠା, ୧/୭, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷେତ୍ରୀୟବରପୁର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ପଟ୍ଟନାୟକଙ୍କ ପୌରହିତ୍ୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପ୍ରାକ୍ତନ ଅଧ୍ୟକ୍ଷ ବି ଗୋବିନ୍ଦ ରାଓ ମୁଖ୍ୟ ଅତିଥିଭାବେ ଯୋଗଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ପରିବେଶ ସୁରକ୍ଷା ସମ୍ପର୍କରେ ଉପସ୍ଥିତ ବିଦ୍ୟାର୍ଥୀମାନଙ୍କୁ ଶପଥ ପାଠ କରାଇଥିଲେ। ଯୁବ ରେଡ଼କ୍ରସ ଉପଦେଷ୍ଟା ସୁଶାନ୍ତ କୁମାର ଲେଙ୍କା, ରୋଭର ଲିଡର ପି ଦୀପକ ରାଓ, ଏବଂ ଜାତୀୟ ସେବା ଯୋଜନାର ଅଧିକାରୀ ଦୀପୁ ଭୂୟାଁଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ସମସ୍ତ ଶାଖାର ସ୍ଵେଚ୍ଛାସେବୀ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିଭିନ୍ନ କିସମର ବୃକ୍ଷରୋପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ କୁମୁଦ ଚନ୍ଦ୍ର ମହାପାତ୍ର, ରୁନିବାଳା ତ୍ରିପାଠୀ, ଦେବେଶ ଚନ୍ଦ୍ର ମହାପାତ୍ର, ଭାରତୀ ବିଶ୍ୱାଳ, ସ୍ୱରୂପା ରାଣୀ ବିଶ୍ୱାଳ, ଗାଙ୍ଗୁଲି ପାଲଟାସିଂ, ଗଙ୍ଗାଧର ରଣା, ଜୟଶ୍ରୀ ସେଠି, ରମେଶ ଚନ୍ଦ୍ର ବିଶୋଇ, ପଦ୍ମଚରଣ ନାୟକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

(ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ)