November 25, 2024

ପୁରୀ ରଥଯାତ୍ରା:ତୃଟୀ ଶୂନ୍ୟ ପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ,୨ ଦିନ ପାଇଁ ଘୋଷଣା କଲେ ସରକାରୀ ଛୁଟୀ

Share

 ପୁରୀ,(ରାଜାରାମ ଷଡଙ୍ଗୀ):ରଥ ଯାତ୍ରା ପାଇଁ ଚଳିତ ବର୍ଷ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ମୁଖ୍ୟମନ୍ତ୍ରୀ ଆଜି ପୁରୀ ଟାଉନ ହଲଠାରେ ରଥଯାତ୍ରା ରାଜ୍ୟସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତ ସେବାୟତଗଣ, ପ୍ରଶାସନ, ବିଭିନ୍ନ ସାମାଜିକ ସଂଗଠନ ଓ ସ୍ଥାନୀୟ ଲୋକମାନଙ୍କର ସହଯୋଗ କାମନା କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ମୂଳ ସେବକ ହେଉଛନ୍ତି ଆଦିବାସୀ। ଜଣେ ଆଦିବାସୀ ଭାବେ ମୁଁ ନିଜକୁ ଜଗନ୍ନାଥଙ୍କ ନିକଟରେ ସମ୍ପୂର୍ଣ୍ଣ ଭାବେ ସମର୍ପିତ କରିଛି।
ସେ ପୁଣି କହିଲେ ଯେ ଜଗନ୍ନାଥ ହେଉଛନ୍ତି ଓଡିଆ ଜାତିର ପରିଚୟ ତାଙ୍କ ରଥଯାତ୍ରା ସାରା ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ବ। ଏହାର ସୁପରିଚାଳନା ଆମ ସମସ୍ତଙ୍କ ଦାୟିତ୍ୱ। ତେଣୁ ସମସ୍ତେ ଦାୟିତ୍ୱବାନ ହୋଇ ଏହାକୁ ଅତ୍ୟନ୍ତ ନିଷ୍ଠା ସହକାରେ ସୂଚାରୁରୂପେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।
ଯେହେତୁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିବେ ।ସମସ୍ତଙ୍କ ମିଳିତ ସହଯୋଗରେ ରଥଯାତ୍ରା ସୁରୁଖୁରରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ, ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ, ମହାପ୍ରଭୁଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ତ୍ରୁଟିଶୂନ୍ୟ ଭାବେ ପରିଚାଳନା କରି ସଫଳ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।
ଏ ବର୍ଷ ଏକ ବିରଳ ରଥଯାତ୍ରା । ଏହି ଅବସରରେ ନୂଆ ସରକାର ଦାୟିତ୍ୱ ଗ୍ରହଣ କରିଥିବାରୁ ସେ ଖୁସି ପ୍ରକାଶ କରି କହିଥିଲେ ଯେ ଏ ବର୍ଷ ଦୁଇ ଦିନ ଧରି ରଥଟଣା କାର୍ଯ୍ୟକ୍ରମ ଥିବାରୁ ରଥଯାତ୍ରା ପରଦିନ ମଧ୍ୟ ଛୁଟି ରହିବ। ତେଣୁ ଜୁଲାଇ ୭ ତାରିଖ ସହିତ ଜୁଲାଇ ୮ ତାରିଖ ମଧ୍ୟ ଛୁଟି ଘୋଷଣା କରାଗଲା।
ଏହି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନ୍ୟ ମନ୍ତ୍ରୀ ଗଣ, ବିଧାୟକଗଣ, ମୁଖ୍ୟ ଶାସନ ସଚିବ, ବରିଷ୍ଠ ଅଧିକାରୀ, ମହାପ୍ରଭୁଙ୍କ ସେବାୟତଗଣ ପ୍ରମୁଖ ଉପସ୍ଥିତ ଥିଲେ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed