November 25, 2024

ଗଜପତି:- ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ

Share

ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ନାମନଗଡ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦ୍ବୟ ଶ୍ରୀ ଭେଙ୍କେଟେଶ୍ୱର ସାହୁକାର ଓ ଶ୍ରୀ ସୁରେଶ ଚନ୍ଦ୍ର ମହାଙ୍କୁଡଙ୍କୁ ଅବସରକାଳୀନ ବିଦାୟ ସମ୍ଭର୍ଦ୍ଧନା ଜ୍ଞାପନ କରାଯାଇଛି |
ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ହରିହର ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ଭର୍ଦ୍ଧନା ସଭା ପର୍ବର କାର୍ଯ୍ୟକ୍ରମରେ ଗୁମ୍ମା ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବାବାଜୀ ପ୍ରଧାନ , ଶ୍ରୀ ମଦନ ମୋହନ କଁଅର , ଅବସର ପ୍ରାପ୍ତ ଅତିରିକ୍ତ ଗୁମ୍ମା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ କ୍ରିଷ୍ଣା ରାଓ , ଆଞ୍ଚଳିକ ସାଧନ ସଂଯୋଜକ ଶ୍ରୀ ୱାଈ.ଗଙ୍ଗାଧର , ଗୁମ୍ମା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ର ବରିଷ୍ଠ କାର୍ଯ୍ୟ ସହଯୋଗୀ (ବଡ଼ବାବୁ )ଶ୍ରୀ ମୁରଲୀଧର ବେହେରା , ବିଦ୍ୟାଳୟ ପରିଚାଳନା ଅଧ୍ୟକ୍ଷ ଶ୍ରୀ ଯାକୁବ ଜେନ୍ନା , ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ |
ସମ୍ମାନିତ ଅତିଥି ମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ବଳନ ଓ ସଭା ମଞ୍ଚରେ ଅତିଥି ମାନଙ୍କୁ ଆସନ ରେ ଅଳଙ୍କୃତ କରା ଯାଇଥିଲା |।
ପ୍ରାରମ୍ବିକ ସଂଗୀତ ପରେ ମଞ୍ଚାସିନ ଅତିଥି ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଶିକ୍ଷକ ଦ୍ବୟଙ୍କ କର୍ମମୟ ଜୀବନ ଏବଂ ଅବସର ଉପରେ ସେମାନଙ୍କ ଅଭିଭାଷଣ ପ୍ରଦାନ କରିଥିଲେ |
ଅବସର ପ୍ରାପ୍ତ ଶିକ୍ଷକ ଦ୍ବୟଙ୍କୁ ଉପଢୌକନ , ମାନପତ୍ର , ପୁଷ୍ପଗୁଛ ଓ ଉପହାର ଦେଇ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଥିଲା |
ସେମାନଙ୍କ ଅବଶିଷ୍ଟ ଚଲାପଥ ସର୍ବଦା କୁସୁମିତ ଓ ସୁଖମୟ ହେଉ ବୋଲି କାମନା କରି ଉପସ୍ଥିତ ଅତିଥି ମାନେ ସେମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ |।
ପ୍ରଧାନଶିକ୍ଷକ ଶ୍ରୀ ହରିହର ଦାଶ ଉକ୍ତ ବିଦାୟ କାଳୀନ ସମ୍ଭର୍ଦ୍ଧନା ପର୍ବକୁ ସୁଚାରୁରୂପେ ପରିଚାଳନା କରିଥିଲେ |
———————————————
ଗଣେଶ କୁମାର ରାଜୁ
ପାରଳାଖେମୁଣ୍ଡି(ଗଜପତି)
————————————————

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed