November 25, 2024

ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର କାର୍ଯ୍ୟକାରିଣୀ ବୈଠକ 

Share

ବେଲଗୁଣ୍ଠା, 06/07,ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର କାର୍ଯ୍ୟକାରିଣୀ ସଦସ୍ୟଙ୍କୁ ନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି I ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ମୃତ୍ୟୁଞ୍ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂଘ ଉପସଭାପତି ଶଲ୍ୟ ସିଅ, ସମ୍ପାଦକ ମନୋରଞ୍ଜନ ବିଷୋୟୀ, କୋଷାଧ୍ୟକ୍ଷ ଶଙ୍କରନାରାୟଣ ସେଠୀଙ୍କ ସମେତ କ୍ଲଷ୍ଟର୍ ଇନଚାର୍ଜ ଛାୟାକାନ୍ତ ମହାପାତ୍ର,ରମେଶ କୁମାର ପାଣିଗ୍ରାହୀ, କାଳୁ ଚରଣ ଗୌଡ଼, ମନୋଜ କୁମାର ପଟ୍ଟନାୟକ,ବିଦେଶୀ ବାଡତ୍ଯା,ଶିଶିର କୁମାର ସ୍ୱାଇଁ,କେଦାର ନାଥ ନାୟକ, ଉପଦେଷ୍ଟା ମଣ୍ଡଳୀ ଶୀତଳ ପ୍ରସାଦ ଜେନା, ଅଚ୍ୟୁତ ବ୍ରହ୍ମା, ନରେଶ ବ୍ରହ୍ମା, ଆକୁଳ କୁମାର ସାହୁ, ଟୁକୁନା ବେହେରା, ସଦସ୍ୟ କୃଷ୍ଣଚନ୍ଦ୍ର ସେଠୀ, ବୁଲୁ ସେଠୀ ପ୍ରମୁଖ ଯୋଗ ଦେଇ ସାଂଗଠନିକ ଆଲୋଚନା କରିଥିଲେ I କୋଷାଧ୍ୟକ୍ଷ ଶଙ୍କରନାରାୟଣ ସେଠୀ ବାର୍ଷିକ ଆୟବ୍ୟୟ ବିବରଣୀ ଉପସ୍ଥାପନ କରିଥିଲେ I ଏହା ସହିତ ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ସଂଘର ବାର୍ଷିକ ବୈଠକ,ନୂତନ କାର୍ଯ୍ୟକାରିଣୀ ଗଠନ ସମ୍ପର୍କରେ ଆଲୋଚନା କରାଯାଇଥିଲା I ଆଗାମୀ ଦିନରେ ସଂଘ ତରଫରୁ ଏକ ବୃକ୍ଷରୋପଣ ଏବଂ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା I ସମ୍ପାଦକ ମନୋରଞ୍ଜନ ବିଷୋୟୀ ଧନ୍ୟବାଦ ଜ୍ଞାପନ କରିଥିଲେ I

(ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ)

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed