May 14, 2026

ଗଞ୍ଜାମ ରେ ଉତ୍କଳମଣି ଗୋପବନ୍ଧୁ ଦାସ ଙ୍କ ଶ୍ରାଦ୍ଧ ଦିବସ ପାଳିତ

IMG-20240706-WA0060
Share

 

ଗଞ୍ଜାମ : ଉତ୍କଳମଣି ଗୋପବନ୍ଧୁ ଦାସ ଙ୍କ 96ତମ ଶ୍ରାଦ୍ଧ ଦିବସ ମଧ୍ୟଖଣ୍ଡ ସାହି ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖର ଗୋପବନ୍ଧୁ ଙ୍କ ପ୍ରତିମୂର୍ତ୍ତୀ ନିକଟରେ ପାଳିତ ହୋଇଯାଇଛି l

ଗଞ୍ଜାମ ପ୍ରେସ କ୍ଳବ ସଭାପତି ଶବର କୁମାର ତରାଇଙ୍କ ତତ୍ୱାବଧାନ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ଗୋପବନ୍ଧୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ପ୍ରଦୀପ ପ୍ରଜ୍ଜଳନ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା l ବରିଷ୍ଟ ସମାଜସେବୀ ବିନୋଦ ଚନ୍ଦ୍ର ମହାପାତ୍ର, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳ ବେହେରା, ଓଡିଶା ସମ୍ବାଦିକ ସଙ୍ଘ ଗଞ୍ଜାମ ଜିଲ୍ଲା କାର୍ଯ୍ୟକାରୀ ସଭାପତି ଉମାକାନ୍ତ ବେହେରା, ଗଞ୍ଜାମ ପ୍ରେସ କ୍ଳବ ସମ୍ପାଦକ ବିଦ୍ୟାଧର ସାହୁ, ସାମ୍ବାଦିକ ବଟକୃଷ୍ଣ ରାଉଳ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭବାନୀ ଶଙ୍କର ପଟନାୟକ ପ୍ରମୁଖ ଯୋଗଦେଇ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ସୃତି ଚାରଣ କରିବା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ l ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା l ସହକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀ ସୁରେନ୍ଦ୍ର କୁମାର ପଲାଇ,ସୁଜ୍ଞାନୀ ତ୍ରିପାଠୀ, କୁନି ମହାନ୍ତି, ଗାୟତ୍ରୀ ବେହେରା, ହେମାଙ୍ଗିନୀ ବେହେରା, ଯୁବ ସ୍ବେଛାସେବୀ ପପୁନ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ l(ପ୍ରଦୀପ କୁମାର ପଣ୍ଡା)