November 26, 2024

ଅତିରିକ୍ତ ଜିଲ୍ଲାପାଳଙ୍କ ବିୟୋଗରେ ଶୋକ ପାଳନ।

Share

ପାରଳାଖେମୁଣ୍ଡି,୧୧.୦୭.୨୦୨୪

ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସ୍ବର୍ଗତ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ଆଜି ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶୋକ ସଭା ଆୟୋଜିତ ହୋଇଯାଇଛି | ଏହି ଶୋକ ଶୋଭାରେ ଜିଲ୍ଲା ବନ ଖଣ୍ଡ ଅଧିକାରୀ ଶ୍ରୀ ଏସ.ଆନନ୍ଦ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ କୁମାର ମହାନ୍ତି, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ଵୀରାଜ ମଣ୍ଡଳ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହି ସ୍ୱର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରି ଫୁଷ୍ଫ ମାଲ୍ୟ ଅର୍ପଣ କରିଥିଲେ | ଜଣେ ଦାୟିତ୍ୱ ସମ୍ପନ୍ନ,ନିଷ୍ଠାପର ଏବଂ ଦକ୍ଷ ବରିଷ୍ଠ ପ୍ରଶାସକ ଭାବେ ସ୍ୱର୍ଗତ ଦାସ ପରିଚିତ ଥିଲେ | ସର୍ବଦା ଜନସାଧାରଣଙ୍କ ନିମନ୍ତେ ନିଜର ଉତ୍ସର୍ଗକୃତ ସେବା ପାଇଁ ସେ ଜନତାଙ୍କ ପ୍ରିୟ ଭାଜନ ହୋଇପାରିଥିଲେ | ତାଙ୍କର ପରିବାରକୁ ସଦା ସର୍ବଦା ପ୍ରଭୁ ଶ୍ରୀ ଜଗନ୍ନାଥ ଶକ୍ତି ଦେବା ସହିତ ସହାୟ ହୁଅନ୍ତୁ ବୋଲି ଅଧିକାରୀ ଏବଂ କର୍ମଚାରୀ ମାନେ କାମନା କରିଥିଲେ ଏଵଂ ସମସ୍ତେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ |

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed