October 5, 2024

ବାରିପଦାରେ ବସ୍ ଦୁର୍ଘଟଣା:ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା,ମାଗଣାରେ ଉପଯୁକ୍ତ ଚିକିତ୍ସା ଲାଗି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

Share

ଭୁବନେଶ୍ୱର,(ରାଜାରାମ ଷଡଙ୍ଗୀ):ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଘଟଣାରେ ଆହତମାନଙ୍କ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ବିନା ଖର୍ଚ୍ଚରେ କରିବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ସମସ୍ତ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି୤