November 25, 2024

ଚିଦାନନ୍ଦ ଦିବ୍ୟ ଧାମ ର ଅଷ୍ଟମ ବାର୍ଷିକ ଉତ୍ସବ ଓ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଙ୍କ ୧୦୮ତମ ଜନ୍ମତ୍ସବ ପାଳିତ 

Share

ବ୍ରହ୍ମପୁର -୧୩/୭/୨୪-ଛତ୍ରପୁର ନିକଟସ୍ଥ ଅଗସ୍ତି ନୂଆଗାଁ ଚିଦାନନ୍ଦ ଦିବ୍ୟାଧମର ଅଷ୍ଟମ ବାର୍ଷିକ ଉତ୍ସବ ତଥା ସ୍ୱାମୀ ଚିଦାନନ୍ଦ ସରସ୍ବତୀ ମହାରାଜ ଙ୍କ ୧୦୮ତମ ଜନ୍ମତ୍ସବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଗଞ୍ଜାମ ଜ଼ିଲ୍ଲା ର ଦିବ୍ୟ ଜୀବନ ସଙ୍ଘ ର ବିଭିନ୍ନ ଶାଖା ରୁ ୨୦୦ରୁ ଉର୍ଦ୍ଧ ଭକ୍ତ ଯୋଗ ଦେଇଥିଲେ। ଏହି ଅବସରରେ ପ୍ରଭୁ ପାଦ ପୂଜା, ଆଶ୍ରିବଚନ, ତଥା ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ କିଭଳି ନୈତିକ ଶିକ୍ଷାର ପ୍ରଚାର ପ୍ରସାର ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ରାଉରକେଲା ବେଦବ୍ୟାସ ଆଶ୍ରମରୁ ପୂଜ୍ୟ ସ୍ୱାମୀ ବ୍ରହ୍ମ ସାକ୍ଷାତକାର ନନ୍ଦ ସରସ୍ବତୀ ଏଥିରେ ଯୋଗଦେଇଥିଲେ। ଏହା ସହିତ ପୂଜ୍ୟ ସ୍ୱାମୀ ରାମଦାସନନ୍ଦ ସରସ୍ବତୀ ଓ ଦକ୍ଷିଣ ଓଡିଶା ସାମନ୍ୟୟ ସମିତି ର ବିଭିନ୍ନ କର୍ମକର୍ତା ଏଥିରେ ଯୋଗ ଦେଇ କାର୍ଯ୍ୟକ୍ରମ ପରିଚାଳନା ରେ ସହୟୋଗ କରିଥିଲେ। ଏହି ଅବସରରେ ପ୍ରସାଦ ସେବନ ର ବ୍ୟବସ୍ଥା କରାଯିବା ସହ ସମସ୍ତଙ୍କ ନିମନ୍ତେ ଜ୍ଞାନ ଯଜ୍ଞ ର ଆୟୋଜିତ ହୋଇଥିଲା। ଆଶ୍ରମର ପ୍ରତିଷ୍ଠାତା ବିପ୍ରଚରଣ ପାତ୍ର ଙ୍କ ଅଧକ୍ଷତା ରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed