November 25, 2024
Share

*✧═════•❁❀❁•═════✧*

*🌹ମେଷ🌷👉 : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।*

*✧═════•❁❀❁•═════✧*

*🌹ବୃଷ🌷👉 : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।*

*✧═════•❁❀❁•═════✧*

*🌹ମିଥୁନ🌷👉 : ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।*

*✧═════•❁❀❁•═════✧*

*🌹କର୍କଟ🌷👉 : କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।*

*✧═════•❁❀❁•═════✧*

*🌹ସିଂହ 🌷👉: ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।*

*✧═════•❁❀❁•═════✧*

*🌹କନ୍ୟା🌷👉 : ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।*

*✧═════•❁❀❁•═════✧*

*🌹ତୁଳା🌷👉 : ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।*

*✧═════•❁❀❁•═════✧*

*🌹ବିଛା🌷👉 : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।*

*✧═════•❁❀❁•═════✧*

*🌹ଧନୁ🌷👉 : ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।*

*✧═════•❁❀❁•═════✧*

*🌹ମକର🌷👉 : ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।*

*✧═════•❁❀❁•═════✧*

*🌹କୁମ୍ଭ🌷👉 : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।*

*✧═════•❁❀❁•═════✧*

*🌹ମୀନ🌷👉 : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।*

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed