November 25, 2024

ଗୁଡାରି ପଞ୍ଚାୟତ ସମିତି ର ଅଷ୍ଟମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

Share

ରାୟଗଡା : ରାୟଗଡା ଜିଲ୍ଲା ଗୁଡାରି ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅଷ୍ଟମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି l ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ଅନିଶା ଦାସଙ୍କ ତତ୍ୱାବଧାନରେ ଆୟୋଜିତ ଏହି ବୈଠକରେ ବି:ପି:ଏମ ମାନସ ରଞ୍ଜନ ବାରିକ ମଞ୍ଚାସୀନ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ l ମଞ୍ଚାସିନ ଅତିଥି ମାନଙ୍କ ଦ୍ୱାରା ପ୍ରଥମେ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ପୁଷ୍ପ ଧୂପ ଦେଇ କାର୍ଯ୍ୟକ୍ରମକୁ ପ୍ରାରମ୍ଭ କରିଥିଲେ l ଏହି ବୈଠକରେ ଗୁଣୁପୁର ନିର୍ବାଚନ ମଣ୍ଡଳୀର ନୂତନ ବିଧାୟକ ସତ୍ୟଜିତ ଗମାଙ୍ଗ,ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ଶବର, ବ୍ଲକ ଉପାଧ୍ୟକ୍ଷ ବିଶ୍ୱନାଥ ଶବର,ଜିଲ୍ଲା ପରିଷଦ ସଭ୍ୟ ପତି କ୍ରାସ୍କା ମଞ୍ଚାସିନ ହୋଇଥିଲେ l ପୂର୍ବ ସମିତି ବୈଠକର ବିବରଣୀ ପାଠ ପ୍ରଦାନ କରିବା ପରେ ଆଜିର ବୈଠକ ଆରମ୍ଭ ହୋଇଥିଲା l ପ୍ରଥମେ ବିଧାୟକ ଶ୍ରୀ ଗମାଙ୍ଗ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଏଥି ସାଙ୍ଗକୁ ସ୍ୱାସ୍ଥ୍ୟ, ଶିକ୍ଷା ଓ ପରିମଳ ବ୍ୟବସ୍ତା ଉପରେ ଗୁରୁତ୍ୱ ଦେବାପାଇଁ କହିଥିଲେ l ମିଶନ ଶକ୍ତିର ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ନିମନ୍ତେ ବ୍ୟାଙ୍କ ଋଣ ଯୋଗାଇବା ନିମନ୍ତେ ଆଲୋଚନା ହୋଇଥିଲା l ରାସ୍ତାଘାଟ ନିର୍ମାଣ କରିବା ନିମନ୍ତେ ବିଧାୟକ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧେଶ ଦେଇଥିଲେ।ଏଥିସହ ବିଭିନ୍ନ ବିଭାଗର ଉନ୍ନୟନ ମୂଳକ କାର୍ଯ୍ୟ ସଂପର୍କରେ ଆଲୋଚନା ବୈଠକରେ ହୋଇଥିଲା l ମଙ୍ଗଳ ବିଭାଗ ଦ୍ବାରା ପରିଚାଳିତ ବିଦ୍ୟାଳୟଗୁଡ଼ିକରେ ଛାତ୍ରଛାତ୍ରୀମାନଙ୍କୁ ଦିଆଯାଉଥିବା ଖାଦ୍ୟର ମାନ ଯାଞ୍ଚ କରିବା ଉପରେ ବିଧାୟକ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ l ବୈଠକରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟସଭ୍ୟା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଞ୍ଚଳର ସମସ୍ୟା ଗୁଡିକ ବିଧାୟକ ମହୋଦୟଙ୍କୁ ଜଣେଇଥିଲେ l

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed