October 5, 2024

ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ନିମନ୍ତେ ଜିଲ୍ଲାପାଳଙ୍କ ଜରୁରୀ ବୈଠକ*..

Share

 

ପାରଳାଖେମୁଣ୍ଡି,

ପାଣିପାଗ ବିଭାଗ ସୂଚନା ମୁତାବକ ଗଜପତି ଜିଲ୍ଲାରେ ୨୦ ତାରିଖ ଠାରୁ ୨୨ତାରିଖ ପର୍ଯ୍ୟନ୍ତ ଲଘୁଚାପ ଜନିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଅଛି । ପୂର୍ବାନୁମାନ ଯେ ଗଜପତି ଜିଲ୍ଲାରେ ସତର୍କ ରହିବା ନିମନ୍ତେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଆଭାସୀ ମାଧ୍ୟମରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମସ୍ତ ଲାଇନ ବିଭାଗୀୟ ଅଧିକାରୀମାନଙ୍କୁ ଅବଗତ କରାଇଥିଲେ ଯେ ପାଣିପାଗ ବିଭାଗର ସୂଚନା ମୁତାବକ ଆସନ୍ତା ୨୦ତାରିଖ ଠାରୁ ୨୨ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଣୁ ଜିଲ୍ଲାରେ ତଳିଆ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣ ଧନଜୀବନ ସୁରକ୍ଷା ଲାଗି ବିଭିନ୍ନ ପଦକ୍ଷେପ ନେବାକୁ ନିର୍ଦ୍ଧେଶ ଦିଆଯାଇଛି । ଜିଲ୍ଲାରେ ୧୨୯ ଗୋଟି ଭୂସ୍ଖଳନ ଚିହ୍ନଟ ହୋଇଥିବା ଜାଗାରେ ସତର୍କ ରହିବାକୁ ସୂଚନା ଦିଆଯାଇଛି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ କୌଣସି ସରକାରୀ କର୍ମଚାରୀ ହେଡକ୍ୱାଟର ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ଓ ଯେଉ ମାନେ ଛୁଟିରେ ଥିବେ ସେମାନେ ନିଜ କାର୍ଯ୍ୟାଳୟରେ ଯୋଗଦେବାକୁ ପାଇଁ କୁହାଯାଇଛି। ଜିଲ୍ଲାର କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ପାରଳାଖେମୁଣ୍ଡି ପୌର ପରିଷଦ ତଳିଆ ଅଞ୍ଚଳରେ ବର୍ଷା ଜନିତ ପାଣି ଜମା ହେବାର ସମ୍ଭାବନା ରହିଛି । ତେଣୁ ସ୍ଥିତି କୁ ଧ୍ୟାନରେ ରଖି ପୂର୍ବ ପ୍ରସ୍ତୁତି କରିବାକୁ କୁହାଯାଇଛି । ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଅଛି ଏଣୁ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇପାରେ ,ତେଣୁ ପୂର୍ବରୁ ଉକ୍ତ ସ୍ଥାନଗୁଡିକ ଚିହ୍ନଟ କରି ଆଗୁଆ ସଜାଗ ରହିବାକୁ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ବାତ୍ୟା ଆଶ୍ରୟ ସ୍ଥଳ ତଥା ସ୍କୁଲ, କଲେଜ ଓ ଅଙ୍ଗୱାଡ଼ି କେନ୍ଦ୍ର ଗୁଡିକୁ ଯାଞ୍ଚ୍ କରି ସଜାଗ ରଖିବାକୁ କୁହାଯାଇଛି ।

ଏହି ଜରୁୀକାଳୀନ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ,ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ କମଳକାନ୍ତ ପଣ୍ଡା ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।