October 5, 2024

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

Share

 

ଭୁବନେଶ୍ୱର ,

ବିଧାନସଭାର ଅବ୍ୟବହିତ ପୂର୍ବରୁ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଏହି ଅବସରରେ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

 

ରାଜ୍ୟର ବୃହତର ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟ ବିରୋଧୀ ଦଳଠାରୁ ଗଠନମୂଳକ ସହଯୋଗ କାମନା କରିଥିଲେ ମୋହନ । ଏହାସହ ବିକଶିତ ଓଡ଼ିଶା ଗଠନରେ ବିରୋଧୀଙ୍କ ସକ୍ରିୟ ସହଯୋଗ ନେଇ ଆଲୋଚନା କରିଥିଲେ । ଓଡ଼ିଆବାସୀଙ୍କ ସ୍ୱାର୍ଥରେ, ସବୁ ବର୍ଗ ଓ ମତ ସହ ସମନ୍ବୟ ରଖି ଓଡ଼ିଶାବାସୀଙ୍କ ସେବା କରିବାକୁ ସରକାର ପ୍ରତିବଦ୍ଧ ଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି .( ଦେବାଶିଷ ଦାଶ୍ )