November 25, 2024

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

Share

ପାରଳାଖେମଣ୍ଡି,

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ପୋତ୍ତାର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର,ଡ଼.ଗୁଣନିଧି ନାୟକ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଓ ଶ୍ରୀ ଦିଲ୍ଲୀପ କୁମାର ବେହେରା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପୋତ୍ତାର ଗ୍ରାମ ପଞ୍ଚାୟତ ସମେତ ଲୋବା, ଡମ୍ବାଳ ଓ ଅମେଡ଼ା ପଞ୍ଚାୟତର ସମୁଦାୟ ମୋଟ- ୧୨୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୮୫ ଗୋଟି ଓ ୧୦ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ଜଣକୁ ଜିଲ୍ଲା ରେଡ କ୍ରସ୍ ପାଣ୍ଠିରୁ ୧୨ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀ ଜ୍ୟାତି ପାଣି,ଉପ ଅଧ୍ୟକ୍ଷ,ପଞ୍ଚାୟତ ସମିତି ରାୟଗଡ଼ ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ, ତହସିଲଦାର ଶ୍ରୀ ସଦାଶିବ ବତ୍ରା ଓ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଅମ୍ବିକା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed