November 25, 2024
Share

     *✧═════•❁❀❁•═════✧*

*🌹ମେଷ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।*

*✧═════•❁❀❁•═════✧*

*🌹ବୃଷ🌷👉–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।*

*✧═════•❁❀❁•═════✧*

*🌹ମିଥୁନ🌷👉-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।*

*✧═════•❁❀❁•═════✧*

*🌹କର୍କଟ🌷👉–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।*

*✧═════•❁❀❁•═════✧*

*🌹ସିଂହ🌷👉– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।*

*✧═════•❁❀❁•═════✧*

*🌹କନ୍ୟା🌷👉– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।*

*✧═════•❁❀❁•═════✧*

*🌹ତୁଳା🌷👉–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।*

*✧═════•❁❀❁•═════✧*

*🌹ବିଛା🌷👉–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।*

*✧═════•❁❀❁•═════✧*

*🌹ଧନୁ🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।*

*✧═════•❁❀❁•═════✧*

*🌹ମକର🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।*

*✧═════•❁❀❁•═════✧*

*🌹କୁମ୍ଭ🌷👉–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।*

*✧═════•❁❀❁•═════✧*

*🌹ମୀନ🌷👉–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।*

*✧═════•❁❀❁•═════✧*

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed