November 26, 2024

ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ 

Share

ପଦ୍ମପୁର : (ଉପାନ୍ତ ଖବର) ୨୭/୦୭-ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପୁରେନା ଠାରେ ଶିକ୍ଷା ସପ୍ତାହ ପାଳନ ଅବସରରେ ଆଜି ଷଷ୍ଠ ଦିବସରେ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି।ଏହି ସଭାରେ ସଭାପତିତ୍ବ କରିଥିଲେ ବରିଷ୍ଠ ଶିକ୍ଷକ ଶ୍ରୀ ପ୍ରମୋଦ ନାଥ ଓ ଇକୋ କ୍ଲବ କାହିଁକି ଗଠନ କରିବା ଏହା ଉପରେ ଆଲୋକପାତ କରିଥିଲେ। ସଭାରେ ବରିଷ୍ଠ ଶିକ୍ଷକ ଶ୍ରୀ ଅକ୍ଷୟ କୁମାର ବେହେରା, ଶ୍ରୀ ଲେକ୍ରୁ ବାରିକ, ଶ୍ରୀମତୀ ନନ୍ଦିନୀ ମିଶ୍ର, ଶ୍ରୀ ଚନ୍ଦ୍ରଭାନୁ ବଡ଼ଗୁଛିଆ ପ୍ରମୁଖ ନିଜ ନିଜର ମତବ୍ୟକ୍ତ କରିଥିଲେ ।ଏହି ସଭାରେ ସ୍କୁଲର ଇକୋ କ୍ଲବ ଗଠନ କରାଯାଇଥିଲା ଓ ସ୍କୁଲ ପରିସରରେ ଛାତ୍ରଛାତ୍ରୀମାନେ ବୃକ୍ଷ ରୋପଣ କରିଥିଲେ। ସମସ୍ତ କାର୍ଯ୍ୟରେ ଶ୍ରୀ ସୁରେଶ ପଟେଲ ସହଯୋଗ କରିଥିଲେ।

ରିପୋର୍ଟ : ବରଗଡ ଜିଲ୍ଲା ପଦ୍ମପୁର ରୁ ଜୟନ୍ତ କୁମାର ସେଠ (ଉପାନ୍ତ ଖବର)

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed