November 25, 2024

ଗଙ୍ଗାଧର ଜୟନ୍ତୀ ପ୍ରସ୍ତୁତି ବୈଠକ

Share

ଗାଇସିଲେଟ :(ଉପାନ୍ତ ଖବର) (୨୮-୦୭-୨୦୨୪), ଆଜି ଗଙ୍ଗାଧର ସାହିତ୍ୟ ସଂସଦ ଗାଇସିଲେଟ ଆନୁକୁଲ୍ୟରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୩ ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ସଭାପତି ଦିବାକର ଯୋଶୀଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉପସଭାପତି ରବିନ୍ଦ୍ର କୁମାର ପଣ୍ଡା ଉଦ୍ଦେଶ୍ୟ ଜ୍ଞାପନ ପୂର୍ବକ ଚଳିତ ବର୍ଷର ଜୟନ୍ତୀ ପାଳନ ପାଇଁ ସଦସ୍ୟମାନଙ୍କ ମତାମତ ଆହ୍ବାନ କରିଥିଲେ। କୋଷାଧ୍ୟକ୍ଷ ମୋହନ ରଣା ପୂର୍ବ ବର୍ଷର ଆୟ ବ୍ୟୟର ସୂଚନା ଦେଇଥିବା ବେଳେ ସମ୍ପାଦକ ରୁକ୍ମିଣ ଦିଶ୍ରି ଜୟନ୍ତୀ ପାଳନର ରୂପ ରେଖ ଉପସ୍ଥାପନ କରିଥିଲେ। ଏହି ଜୟନ୍ତୀ ସମାବେଶରେ ଗଙ୍ଗାଧର ସାହିତ୍ୟ ସମ୍ମାନ ୨୦୨୪ ପାଇଁ କମିଟି ଗଠନ କରାଯାଇଛି ଓ ବ୍ଳକର ମାଟ୍ରିକ ଟପ୍ପରଙ୍କୁ ଯାଜ୍ଞସେନୀ ଦୁର୍ଗାପ୍ରସାଦ ପ୍ରତିଭା ସମ୍ମାନ ଦେବାପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଅଛି। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗଙ୍ଗାଧର ସାହିତ୍ୟ ପ୍ରତି ସ୍ପୃହା ସୃଷ୍ଟି ପାଇଁ ପୂର୍ବବର୍ଷମାନଙ୍କ ପରି ବକ୍ତୃତା, ଚିତ୍ରାଙ୍କନ ଓ ଗଙ୍ଗାଧର କବିତା ଆବୃତ୍ତି ପ୍ରଭୃତି ପ୍ରତିଯୋଗିତାମାନ କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି। ଜୟନ୍ତୀ ସମାରୋହଟି ଆସନ୍ତା ୧୯-୦୮-୨୦୨୪ ଶ୍ରାବଣ ପୂର୍ଣ୍ଣିମା ପୂର୍ଣ୍ଣିମା ଦିନ ସ୍ଥାନୀୟ ସରସ୍ଵତୀ ଶିଶୁ ମନ୍ଦିର ପରିସରରେ ପାଳନ କରାଯିବ। ବୈଠକ ଶେଷରେ ସଂସଦର ସହ ସମ୍ପାଦକ ପ୍ରଫୁଲ୍ଲ ଦଣ୍ଡସେନା ଧନ୍ୟବାଦ ଅର୍ପଣ କରିଥିଲେ।

ରିପୋର୍ଟ : ବରଗଡ ଜିଲ୍ଲା ପଦ୍ମପୁର ରୁ ଜୟନ୍ତ କୁମାର ସେଠ (ଉପାନ୍ତ ଖବର)

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed