November 25, 2024

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେ ଯୁବ ରେଡକ୍ରସ୍ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ 

Share

ଛତ୍ରପୁର -୩୧/୦୭/୨୪(ଅରୁଣ କୁମାର ପଣ୍ଡା )ଆଜି ଛତ୍ରପୁର ସ୍ଥିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ରେ ଗଞ୍ଜାମ ଜିଲ୍ଲା ଯୁବ ରେଡକ୍ରସ୍ ତରଫରୁ ଜିଲ୍ଲା ସ୍ତରୀୟ ବାର୍ଷିକ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଜିଲ୍ଲା ରେଡ କ୍ରସ ସଭାପତି ଡ଼ ଅଜୟ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାଂଶୁ ଶେଖର ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିଲେ। ଉଚ୍ଚଶିକ୍ଷା ଆଞ୍ଚଳିକ ନିର୍ଦ୍ଦେଶକ ଡ ସିଦ୍ଧାର୍ଥ ଶଙ୍କର ପାଢ଼ୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ଆଞ୍ଚଳିକ ଉପ ନିର୍ଦ୍ଦେଶକ ଡ଼ ସୁଶାନ୍ତ କୁମାର ଦାସ ଓ ପୂର୍ବତନ ଜିଲ୍ଲା ଯୁବ ରେଡକ୍ରସ୍ ସଂଯୋଜକ ଶ୍ରୀ ବି ଗୋବିନ୍ଦ ରାଓ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ। ଚଳିତ ଶିକ୍ଷା ବର୍ଷରେ ଜିଲ୍ଲା ସ୍ତରୀୟ ଓ ମହାବିଦ୍ୟାଳୟ ସ୍ତରୀୟ ରେଡ କ୍ରୋସ କାର୍ଯ୍ୟକ୍ରମ ସୂଚାରୁ ରୁପେ ସମାପନ କରିବା ପାଇଁ ସମସ୍ତ କାର୍ଯ୍ୟକାରିଣୀ ସଦସ୍ୟ ନିଜ ମତ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ମୋଟ ୮୨ମହାବିଦ୍ୟାଳୟର ଶତାଧିକ ଯୁବ ରେଡ କ୍ରସ୍ ପରାମର୍ଶ ଦାତା ଓ ଅଧ୍ୟକ୍ଷ ଯୋଗ ଦେଇ ଥିଲେ। ମହାବିଦ୍ୟାଳୟ ତରଫରୁ ଜିଲ୍ଲା ରେଡକ୍ରସ ଆବାହକ ସମ୍ପାଦକ ଡ ମିଲୀମିତା ପାଢ଼ୀ ଓ ରେଡକ୍ରଷ୍ ପରାମର୍ଶଦାତା ଡ ମାନସ କୁମାର ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed