June 1, 2025

ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Share

ରାୟଗଡ : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନାଗୁଡା ବ୍ଲକ ସଦର ମହକୁମାସ୍ଥିତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲା ପରିଷଦ ଶ୍ରୀ ନିହାର ରଞ୍ଜନ କହଁର, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର, ରାମନାଗୁଡା ବ୍ଲକ ଅଧ୍ୟକ୍ଷ ରବି ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

ଆଜି ମୋଟ ୮୯ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୫୭ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୩୨ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଲଳିତ ମଣ୍ଡଳ, ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ, ରାମନାଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମଣ୍ଡଳ, ତହସିଲଦାର ନିର୍ମଳ ଚନ୍ଦ୍ର ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ, ପ୍ରଗ୍ରାମ ଅଧିକାରୀ ବି କମଲାଙ୍ଗୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ରିପୋର୍ଟ

You may have missed