November 26, 2024

ଏମଜିଏନଆରଜିଏସ ବିଲ ପାସ ପାଇଁ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧାରପୋଡିଲେ ଯନ୍ତ୍ରୀ ଚୌଧୁରୀ 

Share

ରାୟଗଡ:ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ସୂଚନା ଯୋଗ୍ୟଯେ କାଶୀପୁର ବ୍ଲକ ର ଏକ ଏମଜିଏନଆରଜିଏସ କାମ ର ବିଲ ପାସ ନିମନ୍ତେ ୨୫ ହଜାର ଟଙ୍କାକ୍ଷେତ୍ର ମାଝୀ ଙ୍କ ଠାରୁ ଲାଞ୍ଚ ନେବା ବେଳେ ପୂର୍ଣ୍ଣଚନ୍ଦ୍ରଙ୍କୁ ଧରିଲା ଭିଜିଲାନ୍ସ । ତେବେ ଭିଜିଲାନ୍ସକୁ ଦେଖି ହଠାତ୍‌ ଅଚେତ ହୋଇପଡ଼ିଲେ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର। ତାଙ୍କୁ ଏବେ ମେଡିକାଲରେ ଭର୍ତ୍ତି କରାଯାଇଛି। ସେ ମନରେଗା ବିଲ କରାଇଦେବାକୁ ଠିକାଦାରଙ୍କଠୁ ଲାଞ୍ଚ ନେଉଥିଲେ।ତୁରନ୍ତ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ଭିଜିଲାନ୍ସ କର୍ତ୍ତୃପକ୍ଷ । ଭିଜିଲାନ୍ସ ଅତିରିକ୍ତ ଏସପି ଓ ଇନ୍ସପେକ୍ଟର ତରୁଲତା ବେହେରା ଘଟଣାର ତଦନ୍ତ କରୁଛନ୍ତି । ସେ ସୁସ୍ଥ ହେବା ପରେ ଅଧିକ ତଦନ୍ତ କରିବ ଭିଜିଲାନ୍ସ ।

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.