November 26, 2024

ନିର୍ବାଚନ ବେଳେ ବଜେପି ଦଳ ଗଜପତି ଜିଲ୍ଲା ର ଜନସାଧାରଣଙ୍କୁ ବିଭିନ୍ନ ପ୍ରତିଶ୍ରୁତି ଦେଇ ପୁରଣ କରିନଥିବା ଯୋଗୁଁ ବଜେଡି ଦଳ ତା ବିରୁଦ୍ଧରେ ରାଜ ରାସ୍ତା କୁ ଓହ୍ଲାଇଲା 

Share

ରଳାଖେମୁଣ୍ଡି:୩/୯(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ବଜେଡି ଦଳ ପକ୍ଷରୁ ଗତ ସାଧାରଣ ନିର୍ବାଚନରେ ବିଜେପି ସରକାର ଜନସାଧାରଣଙ୍କୁ ଦେଇଥିବା ବିଭିନ୍ନ ପ୍ରତିଶୃତି ପୂରଣ କରି ଥିବାରୁ ତାହା ବିରୋଧରେ ଏକ ବିରାଟ ରାଲି ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣଗ୍ରାହୀଙ୍କ ନେତୃତ୍ୱରେ ଗୁମ୍ମା ବ୍ଲକର ସଦର ମହକୁମା ଗୁମ୍ମା ସହର ପରିକ୍ରମା କରି ବିଜେପି ସରକାରଙ୍କ ଗରୀବ ବିରୋଧୀ ନୀତିର ତୀବ୍ର ସମାଲୋଚନା କରିବା ସଙ୍ଗେ ସଙ୍ଗେ ବିଜେପି ଦେଇଥିବା ପ୍ରତିଶ୍ରୁତି ପାଳନ କରିବା ପାଇଁ ଦାବୀ କରିଥିଲେ l ନହେଲେ ଆଗାମୀ ଦିନରେ ଆନ୍ଦଳନ କୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଥିଲେ l ଏହି ରାଲିରେ

ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ଇଂ ରୂପେଶ କୁମାର ପାଣିଗ୍ରାହୀ, ବିଜେଡି ସମ୍ପାଦକ ପ୍ରଦୀପ ନାୟକ, ଜିଲ୍ଲା ପରିଷଦ ଅଧକ୍ଷ ଜି. ତିରୁପତି ରାଓ,ବ୍ଲକ ଅଧକ୍ଷା ସୁନେମି ମଣ୍ଡଳ, ଉପାଧ୍ୟାକ୍ଷ ଶ୍ରୀନବାସ ରାଓ , ବ୍ଲକ ସଭାପତି ଅଗଷ୍ଟସ ଗମାଙ୍ଗ, ଯୁବ ଛାତ୍ର ସଭାପତି ଗୁଡ଼ୁ, ଯୁବ ସଭାପତି ନିରଜ ଷଢଙ୍ଗୀ,ଲକ୍ଷ୍ମୀ କାନ୍ତ ପରିଛା, ଦାନାନା ଅପାରାଓ, ମସୁଲୁନ ରଇତ, ପ୍ରିତମ ପାଳ ସମେତ ବିଜେଡି ଶତାଧିକ ନେତା କର୍ମୀ ଓ ବିଜୁ ପ୍ରେମୀ ଯୋଗଦେଇ ଏହି ରାଲିରେ ଅଂଶ ଗ୍ରହଣ କରିଥିଲେ l

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.