November 26, 2024

ଟ୍ରାନ୍ସଜେଣ୍ଡର ଏବଂ ଅନ୍ୟାନ୍ୟ ଲିଙ୍ଗ ସମ୍ପର୍କିତ ସଚେତନତା ଶିବିର ଅନୁଷ୍ଠିତ।

Share

 

 

ରାୟଗଡ଼ା: ରାୟଗଡ଼ା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପରିସରରେ ମା ମାଝିଗୌରୀ ସିବିଓ ଓ ସାଥୀ ଏନଜିଓ ଏବଂ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ, ରାୟଗଡ଼ା ର ମିଳିତ ଆନକୂଲ୍ୟରେ ଟ୍ରାନ୍ସଜେଣ୍ଡର ଏବଂ ଅନ୍ୟାନ୍ୟ ଲିଙ୍ଗ ଯୌନ ସଂଖ୍ୟାଲଘୁ ବ୍ୟକ୍ତିବିଶେଷ ସମ୍ପର୍କିତ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି କିନ୍ନର ଏବଂ ଲିଙ୍ଗଗତ ଓ ଯୌନ ସଙ୍ଖ୍ୟାଲଘୁ ବ୍ୟକ୍ତିମାନଙ୍କ ପାଇଁ ଉଚ୍ଚ ଶିକ୍ଷାରେ ସମାବେଶିତା ଦିଗରେ ଯାତ୍ରା ଆରମ୍ଭ କରିବା । ସଭିଏଁ ଲିଙ୍ଗଗତ ଭେଦଭାବ ନରଖି ସମସ୍ତଙ୍କୁ ସମାନ ନଜରରେ ଦେଖିବା ସହ ସମ୍ମାନ ଦେବା ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମା ମାଝିଗୌରୀ ସିବିଓର ସମ୍ପାଦକ ଶିଶିରକାନ୍ତ ମହାପାତ୍ର (ପିଙ୍କି), ମା ଓ ମାଝି ଗୌରୀ ସିବିଓର ସଭାପତି କାନ୍ଥରାଓ କୋଣ୍ଡାଗୋରୀ (କାଜଲ) ଏବଂ ସାଥୀର ଆସୋସିଏଟ ପ୍ରୋଜେକ୍ଟ ମ୍ୟାନେଜର ଶର୍ମିଷ୍ଠା ଦାସ, ସାଥୀର ସହକାରୀ ନିର୍ଦ୍ଦେଶକ ଶ୍ରୀଯୁକ୍ତ ବିଶ୍ଵଭୂଷଣ ପଟ୍ଟନାୟକ, ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ର ଫାର୍ମାସୀ ଅଧ୍ୟକ୍ଷ ଚନ୍ଦ୍ରଶେଖର ପାତ୍ର, ନର୍ସିଂ ଅଧ୍ୟକ୍ଷ କେ.ଉର୍ମିଳାଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଉଭୟ ଫାର୍ମାସୀ ଓ ନର୍ସିଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.