November 26, 2024

ବେଲଗୁଣ୍ଠା ବ୍ଲକ ରେ ଏମ୍ ଜି ଏନ ଆର ଜି ଏ, ଯୋଜନାରେ ଜନଶୁଣାଣୀ ଶିବିର,

Share

 

 

ବେଲଗୁଣ୍ଠା, 04/09, ବେଲଗୁଣ୍ଠା ପଞ୍ଚାୟତ ସମିତିରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକ୍ ସ୍ଥରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ବୈଠକରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ରବୀନ୍ଦ୍ର କୁମାର ପଟେଲ ଓ ଜିଲ୍ଲା ସାମାଜିକ ସମୀକ୍ଷକ ରବିନ୍ଦ୍ର ମଲାଣ ଯୋଗଦେଇ ଏହାର ଆଭିମୁଖ୍ୟ ସମ୍ପର୍କରେ ପ୍ରକାଶ କରିଥିଲେ l ବିଭାଗୀୟ ଅଧିକାରୀ ସଞ୍ଜୟ କୁମାର ପରିଛା ପ୍ରାରମ୍ଭିକ ସୂଚନା ଦେଇଥିଲେ l ଗୋଷ୍ଠି ଉନୟନ ଅଧିକାରୀ ଭାରତୀ ଦେବୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ l ଏହି ଶୁଣାଣିରେ ଅତିରିକ୍ତ କର୍ଯ୍ୟକର୍ମ ଅଧିକାରୀ ମିହିର୍ କୁମାର ବିଶ୍ବାଳ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ l ଏହି ବୈଠକ ରେ ସମସ୍ତ ନୀର୍ବାଚିତ ସରପଞ୍ଚ, ସମିତି ସଭ୍ୟ ସମସ୍ତ ବିଭାଗ ର କର୍ମଚାରୀ ଓ ପଞ୍ଚାୟତ ସମିତି ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ବେଲଗୁଣ୍ଠା ସମତି ର ୧୦୧୮ ଟି ପ୍ରକଳ୍ପ କାର୍ଯ୍ୟକାରି କରାଯାଇ ୭୬୯ ଟି ପ୍ରକଳ୍ପ ସମ୍ପୂର୍ଣ ହୋଇଥିଲା । ୧୦୦୫ ଟି ପରିବାର କୁ ୧୦୦ ଦିନ ର କାମ ଯୋଗାଇ ଦୀଆଯାଇଥିଲା । ପ୍ରଗତି ସହାୟକ ରଶ୍ମିତା ବରାଳ ସମସ୍ତ ବିବରଣୀ ଗୁଡ଼ିକ ଲିପିବଦ୍ଧ କରିଥିଲେ ଓ ସହକାରି ନିର୍ବାହୀ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ତ୍ରିପାଠି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.