November 26, 2024

ଏମିତି ଭରନ୍ତୁ ସୁଭଦ୍ରା ଫର୍ମ, ଜମାରୁ ହେବନି ରିଜେକ୍ଟ । ମୋବାଇଲ ନମ୍ବର ଲିଙ୍କ୍ ନ ଥିଲେ…

Share

 

 

 

‘ସୁଭଦ୍ରା’ ଯୋଜନା ପାଇଁ ଆରମ୍ଭ ହୋଇଛି ଆବେଦନ। ଏହି ଫର୍ମଟି ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମିଳୁଛି। ତା’ସହିତ ଫର୍ମ କେମିତି ପୂରଣ କରିବେ, ଆଉ କେଉଁ କେଉଁ ପ୍ରମାଣପତ୍ର ଦେଇ ଆବେଦନ କରିବେ ସେ ନେଇ ମଧ୍ୟ ସଚେତନ କରାଯାଉଛି।

 

ପ୍ରଥମେ ଆଧାର କାର୍ଡରେ ଥିବା ନାମ ଲେଖି, ଆଧାର ନମ୍ବର ଲେଖିବାକୁ ପଡ଼ିବ। ପରେ ସ୍ୱାମୀ କିମ୍ବା ବାପାଙ୍କ ନାମ ଲେଖିପାରିବେ। ଜନ୍ମ ତାରିଖ ସ୍ଥାନରେ ଆଧାର କାର୍ଡରେ ଥିବା ତାରିଖ ଦେବାକୁ ହେବ। ଜୁଲାଇ ୧ ସୁଦ୍ଧା ଆବେଦନକାରୀଙ୍କୁ ଅତିକମରେ ୨୧ ବର୍ଷ ହେଉଥିବା ଦରକାର। ପରେ ଜାତି ସଂପର୍କରେ ଥିବା ବକ୍ସରେ ଟିକ୍ ମାରିବାକୁ ହେବ। ମୋବାଇଲ ନମ୍ବର ବକ୍ସରେ ଆଧାର କାର୍ଡ ଲିଙ୍କ ହୋଇଥିବା ନମ୍ବର ଦେବାକୁ ହେବ। ବିକଳ୍ପ ଭାବେ ଆପଣ ଅନ୍ୟ ନମ୍ବର ମଧ୍ୟ ଦେଇପାରିବେ। ତା’ପରେ ଠିକଣା ଲେଖି, ଆଧାର ଲିଙ୍କ ଥିବା ବ୍ୟାଙ୍କ ଆକାଉଣ୍ଟ ନମ୍ବର ଦେବାକୁ ହେବ।

 

ପର ପୃଷ୍ଠାରେ ଥିବା ଯୋଗ୍ୟତା ମାନଦଣ୍ଡ ଆଧାରିତ ଏକ ଘୋଷଣା ପତ୍ରକୁ ନିଜେ ଆବେଦନକାରୀ ଦସ୍ତଖତ କରି ଆବେଦନ କରିବେ। ଫର୍ମ ଫିଲଅପ୍ ପରେ ଏହା ସହ ନିଜର ଆଧାର କାର୍ଡ, ବ୍ୟାଙ୍କ ପାସବୁକ୍ ଓ ରାସନ କାର୍ଡର ଫଟୋକପି ଦେଇ ଅନଲାଇନରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ। ଏହାପରେ ଆବେଦନ ଗ୍ରହଣ ପତ୍ର ଆଣିବାକୁ ଯେମିତ ନ ଭୁଲନ୍ତି, ଯେଉଁଥିରେ ଆପଣଙ୍କ ଆବେଦନ ପତ୍ରର ନମ୍ବର ରହିଥିବ।

 

ଖବର ଅନୁଯାୟୀ, ଭୁବନେଶ୍ବରରେ ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ସର୍ବସାଧାରଣ ନିଜର ସୁବିଧା ବିଷୟରେ ପଚାରିବାକୁ ଏହି କଲ ସେଣ୍ଟର ଖୋଲାଯାଇଛି । ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ । ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ କରିବା ଯାଏଁ ଫର୍ମ ଗ୍ରହଣ ହେବ । ସେହିପରି ଶେଷ ଯୋଗ୍ୟ ହିତାଧିକାରୀ ଟଙ୍କା ପାଇବା ଯାଏଁ କଲ ସେଣ୍ଟର ଖୋଲା ରହିବ । ୧୭ ତାରିଖରେ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ଦିଆଯିବ । ତା’ ପରେ ବି ଯିଏ ଆବେଦନ କରିବେ ତାଙ୍କୁ ମଧ୍ୟ ପ୍ରଥମ କିସ୍ତି ମିଳିବ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ କଲେ ଟଙ୍କା ପାଇପାରିବେ ଯୋଗ୍ୟ ହିତାଧିକାରୀ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.