November 26, 2024

ଆଇନସେବା ପ୍ରାଧିକରଣ ରୟଗଡା ଦ୍ବାରା ଆଇନ ସଚେତନତା ଶିବିର

Share

 

ରାୟଗଡା : ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୦୫.୦୯.୨୦୨୪ ରିଖ ଗୁରୁବାର ଅପରାହ୍ନ ଘ.୩.୦୦ମି ରେ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ରାୟଗଡା ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ରାୟଗଡା ତରଫରୁ “NALSA Scheme, Acid Attack, POCSO Act & Victim Compensation Scheme” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ଥାନାର ଏ.ଏସ୍.ଆଇ ରବିନ୍ଦ୍ର କୁମାର ପଣ୍ଡା, ରାୟଗଡା ବାର ଆସୋସିଏସନର ଆଇନଜୀବି ଶ୍ରୀମତି ଶୁଭ୍ରା ପଣ୍ଡା, ଦେବରାଜ ନାଏକ, ରାୟଗଡା ଜିଲ୍ଲା ମୁଖ୍ୟ ଚିକିସାଳୟର ଡ. ଶୁଭଶ୍ରୀ ପାଣିଗ୍ରାହି, ମହିଳା ମହାବିଦ୍ୟାଳୟ ର ଅଧ୍ୟାପକ ଓ ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଏସିଡ ଆଟାକ, ପୋକ୍ସ ଆକ୍ଟ ଓ ଭିକ୍ଟିମ କମ୍ପେନ୍ସେସନ ସ୍କିମ ବିଷୟରେ ଅଂଶଗ୍ରହଣ କାରୀ ମାନଙ୍କୁ ବିସୃତ ଭାବରେ ଅବଗତ କରାଇଥିଲେ I ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଏସିଡ ଆଟାକ, ପୋକ୍ସ ଆକ୍ଟ ଓ ଭିକ୍ଟିମ କମ୍ପେନ୍ସେସନ ସ୍କିମ ର ଉଦ୍ଦେଶ୍ୟ, ଆଭିମୁଖ୍ୟ, ନ୍ୟାୟିକ ବ୍ୟବସ୍ଥା ଓ ସେମାନଙ୍କ ପାଇ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ମହିଳା ମହାବିଦ୍ୟାଳୟର ର ଅଧ୍ୟାପକ, ଛାତ୍ରୀ ଓ କର୍ମଚାରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି l

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.