November 26, 2024

ଉମରକୋଟ ଅନ୍ତର୍ଗତ ସେମାନେ ଠାରେ ବଜ୍ରପାତରେ ଯୁବତୀ ମୃତ…….

Share

 

ଉମରକୋଟ (ଏମ୍.ଦିନା°ଶୁ ଆଚାରୀ):-ବଜ୍ରପାତ ଘଟି ଜଣେ ଯୁବତୀ ମୃତ୍ୟୁ ବରଣ କରିଛନ୍ତି। ଜଣେ ବୃଦ୍ଧା ଗୁରୁତର ହୋଇଛନ୍ତି।ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅଧୀନରେ ।ମୂତ ଯୁବତୀ ଜଣକ ହେଲେ ଉମରକୋଟ ବ୍ଲକ ର ସେମଳା ପଞ୍ଚାୟତ ବଡ ବାସିନି ଗ୍ରାମର କୁନ୍ତି ଗୈାଡ (ହରିଜନ)(୨୩)। ବୃଦ୍ଧା ଜଣକ ହେଲେ କୁନ୍ତି ଙ୍କ ଶାଶୁ ମୋତି ହରିଜନ (୬୨)।ମିଳିଥିବା ସୂଚନା ଅନୁସାରେ କୁନ୍ତି ଓ ମୋତି ଦୁହେଁ ସକାଳ ୧୧ ଘଣ୍ଟା ସମୟରେ ନିଜ ଧାନ ଜମିରେ ଘାସ ବାଛୁଥିଲେ। ଏହି ସମୟରେ ହଠାତ୍ ବଜ୍ରପାତ ହୋଇଥିଲା। ବଜ୍ରପାତ ଫଳରେ ଘଟଣାସ୍ଥଳରେ କୁନ୍ତି ଙ୍କ ମୃତ୍ୟୁ ଘଟିଥିଲା।ପାଖ ଜମିରେ କାମ କରୁଥିବା ଅନ୍ୟ ଲୋକ ମାନେ ଏହା ଦେଖି ଦୈାଡି ଆସି ଗୁରୁତର ଅବସ୍ଥାରେ ମୋତି ଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଉମରକୋଟ ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର କୁ ପଠାଇ ଥିଲେ। ଏନେଇ ପରିବାର ଲୋକଙ୍କ ପକ୍ଷରୁ ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ କୁ ଭିତ୍ତି କରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଛେଦ ପାଇଁ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ।ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.