November 26, 2024

ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତ ରେ ମୁଖ୍ୟମନ୍ତ୍ରୀ ଙ୍କ ସମୀକ୍ଷା 

Share

 

ଭୁବନେଶ୍ୱର(ରାଜାରାମ ଷଡ଼ଙ୍ଗୀ)ଆଜି ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।

 

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଏସ ଆର ସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀ ଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧ ରେ ଅବଗତ କରାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୁଦ୍ର କୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନ ରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି । ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି । ଅନେକ ଜାଗା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି।ଓଡରାଫ୍, ଏନ ଡି ଆର ଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକ ଙ୍କ ଅସୁବିଧା କୁ ତତ୍ପରତା ର ସହ ଦୂର କରିବା ପାଇଁ ସେ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.