November 26, 2024

ମନ ମୋହିଲା ରାଇଜିଙ୍ଗ ଷ୍ଟାର ମେଲୋଡି

Share

 

ଗୁଣୁପୁର,(ସୁରେନ୍ଦ୍ର ମହାନ୍ତି )ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା ଅବସରରେ ରାୟଗଡା ଜିଲ୍ଲା ଗୁଣୁପୁର ନୀଳାଦ୍ରି ବିହାର ଓ ବଳରାମ ନଗର ପୂଜା କମିଟି ପକ୍ଷରୁ ସ୍ଥାନୀୟ କଳାକାର ଙ୍କୁ ନେଇ ରାଇଜିଙ୍ଗ ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୁଣୁପୁର ଆଦର୍ଶ ଥାନା ଅଧିକାରୀ ଉତ୍ତମ କୁମାର ସାହୁ ଏହାକୁ ଉଦଘାଟନ କରିଥିଲେ । ବରିଷ୍ଠ ଅବସରପ୍ରାପ୍ତ ଶିକ୍ଷକ ନୀଳାଞ୍ଚଳ ମିଶ୍ର, କାଉନ୍ସେଲର ଦେବୀ ପ୍ରସାଦ ଆଚାର୍ଯ୍ୟ, ଅକ୍ଷୟ ଦାଶ, ରାଜେଶ ପଣ୍ଡା, ଭାଲୁ ପଟ୍ଟନାୟକ, ନରସିଂହ ପାଢ଼ୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଚଳିତ ବର୍ଷ ଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ ମୂର୍ତ୍ତି ନିର୍ମାଣ କରାଯାଇ ପୂଜା କାର୍ଯ୍ୟ ଅଧିକ ଆକର୍ଷଣୀୟ ହେଇଥିବାରୁ ମୂର୍ତ୍ତି ଶିଳ୍ପୀ ଚନ୍ଦ୍ର ମଉଳି ଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ସ୍ଥାନୀୟ କଳାକାର ମାନେ ସୁପରିଚିତ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.