November 26, 2024

ଦ୍ରୁତ ଗତି ଯୋଗୁଁ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୭ ଆହାତ, ୪ ଗୁରୁତର 

Share

ମୋହନା -ଗଜପତି ଜିଲ୍ଲା ଅଡବା ଥାନା ପଦାଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ l ଦୁର୍ଘଟଣାରେ ୭ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି l ୨ ଜଣଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି l ସମସ୍ତେ ଗୋଟିଏ ପରିବାର ବୋଲି ଜଣାପଡିଛି l ବ୍ରହ୍ମପୁରରେ କୋର୍ଟ କାମ ସାରି ପରିବାରର ୧୧ ଜଣ ବୋଲେରୋ ରେ ନିଜ ଗାଁ ଗୁଲୁବା ପଂଚାୟତ କାମପଦର ଗାଁକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ବୁଲାଣିଆ ରାସ୍ତାରେ ବୋଲରୋଟି ଓଲଟି ପଡିଥିଲା l ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ପ୍ରଥମେ ଅଡବା ମେଡିକାଲ ଓ ପରେ ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ l ଆହତଙ୍କ ମଧ୍ୟରେ ୪ ଜଣ ମହିଳା ଓ ୩ ଶିଶୁ ଥିଲେ ଦ୍ରୁତ ଗତି ଯୋଗୁଁ ଦୁର୍ଘଟଣା ଘଟିଥିବା ଜଣାପଡିଛି l

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.