November 26, 2024

ଯୋଡ଼ାଆମ୍ବ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ …

Share

ମୋହନା…ଗଜପତି ଜିଲ୍ଲାର ମୋହନା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଯୋଡାଆମ୍ବ ପରିସରରେ ହିନ୍ଦୀ ଶିକ୍ଷକ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ଜେନାଙ୍କ ତତ୍ତ୍ଵାବଧାନରେ ହିନ୍ଦୀ ଦିବସ ବହୁ ଆଡମ୍ବରରେ ପାଳିତ ହୋଇଯାଇଛି l ଏଥିରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଦୀପ କୁମାର ମଲ୍ଲିକ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ସରକାରୀ ଉଚ୍ଚ ବିଦ୍ୟାଳୟ, ଯୁବର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ହରିଶ୍ଚନ୍ଦ୍ର ଦୀକ୍ଷିତ ମୁଖ୍ୟ ଅତିଥି ରୂପେ ଏବଂ ଚନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଶ୍ରୀଯୁକ୍ତ ସରୋଜ କୁମାର ଭୂୟାଁ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ହିନ୍ଦୀ ଭାଷାର ଉତ୍ପତ୍ତି ସ୍ଥଳ ଏବଂ ଆମ ରାଷ୍ଟ୍ରଭାଷା ହିନ୍ଦୀର ବହୁଳ ପ୍ରଚାର ଓ ପ୍ରସାର ସହିତ ହିନ୍ଦୀ ଓ ହିନ୍ଦୁ ସମାଜର ଗୌରବ ଓ ସୁରକ୍ଷା ବିଷୟରେ ଆଲୋକପାତ କରିଥିଲେ l ଏହି ଅବସରରେ ପିଲାମାନେ ନିଜ ଭାଷଣ ଦ୍ଵାରା ନିମନ୍ତ୍ରିତ ଅତିଥି ମାନଙ୍କର ହୃଦୟ ଜିଣିଥିଲେ l ପରେ ପିଲାମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା, ଯାହା ହିନ୍ଦୀ ଦିବସକୁ ରୋମାଞ୍ଚିତ କରିଥିଲା l ସଙ୍ଗୀତ ଏବଂ ନୃତ୍ୟର ତାଳେ ତାଳେ ପିଲାମାନେ ନାଚି ଗାଇ ସମସ୍ତଙ୍କ ମନ ମୋହିଥିଲେ l କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଶ୍ରୀ ଆଶିଷ ମହାପାତ୍ର କାର୍ଯ୍ୟକ୍ରମ କୁ ପରିଚାଳନା କରିବା ବେଳେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ସୁବଳ କୁମାର ଜେନା ପ୍ରଚ୍ଛଦ ପଟରେ ନାୟକ ଭାବେ ସମସ୍ତ କାର୍ଯ୍ୟକୁ ସୂଚାରୁ ରୂପେ ସମ୍ପନ୍ନ କରିଥିଲେ l ବିଦ୍ୟାଳୟର ଶିକ୍ଷୟିତ୍ରୀ ଶ୍ରୀମତୀ ମନୀଷା କୁମାରୀ ମିଶ୍ର ଓ ଶ୍ରୀମତୀ ସରିତା ନାୟକ ପିଲାମାନଙ୍କୁ ଶୃଙ୍ଖଳିତ କରି ସଭା କାର୍ଯ୍ୟକୁ ସାଫଲ୍ଯ ମଣ୍ଡିତ କରିଥିଲେ l ପରିଶେଷର ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ଜେନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭାସାଙ୍ଗ କରିଥିଲେ l

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.