November 26, 2024

କରାଗାଡିଆରେ ଅଧ୍ୟାପକ ରାମଚନ୍ଦ୍ର ମହାନ୍ତିଙ୍କ ଶ୍ରଦ୍ଧାଞ୍ଜଳି ସଭା ‌ ୧୫

Share

ସେପ୍ଟେମ୍ବର,,,,,,,,,,,,,, ସ୍ଵର୍ଗତ ରାମଚନ୍ଦ୍ର ମହାନ୍ତିଙ୍କ ଦ୍ବାଦଶାହ ଅବସରରେ ନିଜ ଜନ୍ମମାଟି କରାଗାଡିଆ ଠାରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ‌ ‌ ଗୋଵରା ଉପେନ୍ଦ୍ର ଭଞ୍ଜ ସାହିତ୍ୟ ପରିଷଦର ସଭାପତି ଗୋପାଳ ଚନ୍ଦ୍ର ଲେଙ୍କାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନିଖିଳ ଉତ୍କଳ ଆଳୀୟ ଖଣ୍ଡାୟତ ସମାଜର କୁଳାଧିପତି ପୂର୍ଣ୍ଣଚନ୍ଦ୍ର ମହାନ୍ତି, କେନ୍ଦ୍ରୀୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଖଣ୍ଡୁଆଳ, ପୂର୍ବତନ କୁଳାଧିପତି ପ୍ରହଲ୍ଲାଦ ଲେଙ୍କା, ଉପେନ୍ଦ୍ର ଭଞ୍ଜ ସାହିତ୍ୟ ପରିଷଦର ସାଧାରଣ ସମ୍ପାଦକ ଦିବ୍ୟଲୋଚନ ଵିଶ୍ବାଳ, ବିଶ୍ଵଭାରତୀ ଆବାସିକ ବିଦ୍ୟାଳୟର ସଭାପତି କୁଞ୍ଜବିହାରୀ ନାୟକ, ଓକିଲ ସନ୍ତୋଷ କୁମାର ବିଶ୍ବାଳ,ଶିକ୍ଷାବିତ୍ ରାଜେନ୍ଦ୍ର ଡାକୁଆ, ପୂର୍ଣ୍ଣଚନ୍ଦ୍ର ଗୌଡ,ଛାୟାକାନ୍ତ ମହାପାତ୍ର,ପିତାମ୍ବର ପରିଡା, ଗୋଵରା ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ମାମା ପରିଡା, ପରିବେଶବିତ୍ ଶିବରାମ ରାଉତ,କୁନା ପରିଡା, ଗୋରାଚାନ୍ଦ ସ୍ଵାଇଁ,ସ୍ଵସ୍ତି ସୁନ୍ଦର ଶିୟ, ଅକ୍ଷୟ କୁମାର ନାୟକ,କବି ଶିଶିର କାନ୍ତ ନାୟକ ପ୍ରମୁଖ ଯୋଗଦାନ କରି ପୁଷ୍ପ ଅର୍ପଣ ସହ ସ୍ଵର୍ଗତ ମହାନ୍ତିଙ୍କ ସ୍କୃତି ଚାରଣ କରିଥିଲେ । ଶେଷରେ ଶିବରାମ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ କରାଗାଡିଆ ଗ୍ରାମବାସୀ ଓ ତାଙ୍କର ଶତାଧିକ ଛାତ୍ରଛାତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ ।

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.