November 26, 2024

ମୋହନା ବ୍ଲକରେ ସୁଭଦ୍ରା ଯୋଜନା ଲୋକାର୍ପଣ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ …

Share

ଗଜପତି ଜିଲ୍ଲା ମୋହନା ବ୍ଲକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷ ରେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ ନିଜ ସହକର୍ମୀ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ କରିଥିଲେ। ଆସନ୍ତା କାଲି ଅର୍ଥାତ ୧୭.୯.୨୪ ତାରିଖ ଦିନ ରାଜ୍ୟ ସରକାର ଘୋଷଣା କରିଥିବା ସୁଭଦ୍ରା ଯୋଜନାକୁ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନୁଷ୍ଠାନିକ ଭାବେ ଓଡ଼ିଶା ଆସି ଲୋକାର୍ପଣ କରିବେ। ଏହି କାର୍ଯ୍ୟକ୍ରମ ଟିକୁ ଆଭାସି ମାଧ୍ୟମରେ ଓଡ଼ିଶାର ସମସ୍ତ ଅଞ୍ଚଳରେ ଲୋକେ ଦେଖିପାରିବେ। ସେହି କାର୍ଯ୍ୟକ୍ରମକୁ ମୋହନା ବ୍ଲକ ଅଞ୍ଚଳ ର ଲୋକେ ଦେଖିବା ନିମନ୍ତେ ସ୍ଥାନୀୟ ବ୍ଲକ ପକ୍ଷରୁ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଆୟୋଜନ କରାଯାଇଛି। ଏହାକୁ ଯେପରି ଅଞ୍ଚଳ ବାସୀ ସୁରୁଖୁରୁରେ ଦେଖି ପାରିବେ ତାହାକୁ ପରିଚାଳନା କରିବା ନିମନ୍ତେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ ଏକ ପୂର୍ବ ପ୍ରସ୍ତୁତି ବୈଠକ ଆୟୋଜନ କରି ନିଜ ସହକର୍ମୀ ମାନଙ୍କୁ ଦାୟିତ୍ଵ ପ୍ରଦାନ କରିଛନ୍ତି। ସ୍ଥାନୀୟ ଜନସାଧାରଣ ଆଭାସି ମାଧ୍ୟମରେ ଉତ୍ସବଟିକୁ ସୁରୁଖୁରୁରେ ଉପଭୋଗ କରିପାରିବେ। ଏହି ପ୍ରସ୍ତୁତି ବୈଠକ ରେ ବିଡିଓ ଙ୍କ ସହ ତହସିଲଦାର ସତ୍ୟବାନ ନାୟକ ଏବଂ ସିଡ଼ିପିଓ ସବିତା ପଟ୍ଟନାୟକ ଏବଂ ସହକାରୀ ନିର୍ବାହୀ ଯନ୍ତ୍ରୀ ଆଶିଷ କୁମାର ଶତପଥୀ ଙ୍କ ସମେତ ବ୍ଲକ ଅଞ୍ଚଳର ସମସ୍ତ ବିଭାଗ କର୍ମଚାରୀ ଉପସ୍ଥିତ ଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.